ଭୁବନେଶ୍ୱର ବାର୍‌ କାଉନସିଲ ନିର୍ବାଚନ ପାଇଁ ଚାଲିଛି ମତଦାନ: ୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୪୧୦୫ ଭୋଟର

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶନିବାର ସକାଳ ୭ଟା ୩୦ରୁ ଭୋଟିଂ ଆରମ୍ଭ ହୋଇଯାଇଥିବାବେଳେ ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଭୁବନେଶ୍ୱର ବାର୍‌ ଆସୋସିଏଶନଠାରେ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଆସୋସିଏଶନର ସଦସ୍ୟମାନେ ଧାଡ଼ିରେ ଆସି ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍‌ ଦେଉଛନ୍ତି। ଅପରାହ୍ନ ୪ଟାରୁ ଭୋଟ୍‌ ଗଣତି ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।
ଚଳିତ ବର୍ଷ ମୋଟ ୨୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବାବେଳେ, ୪୧୦୫ ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସଭାପତି ଏବଂ ଉପସଭାପତି ପଦ ପାଇଁ ୩ଜଣ ଲେଖାଏ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଅଶୋକ କୁମାର ଛୋଟରାୟ, ଅଶୋକ କୁମାର ପାତ୍ର ଏବଂ ନନ୍ଦ ନନ୍ଦନ ଶତପଥୀ ସଭାପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ ଉପସଭାପତି ପଦ ପାଇଁ କବୀନ୍ଦ୍ର କୁମାର ବାରିକ, ରବି ପ୍ରସାଦ ନାୟକ, ସୁକାନ୍ତ ଚନ୍ଦ୍ର ଦାସ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି।

ସେହିପରି ସମ୍ପାଦକ ପଦ ପାଇଁ ୨ଜଣ ପ୍ରାର୍ଥୀ ମନୋଜ ନାୟକ, ସତ୍ୟ ରଞ୍ଜନ ସେନାପତି, ଯୁଗ୍ମ ସମ୍ପାଦକ ପାଇଁ ଭାଗ୍ୟବତୀ ରାଉତରାୟ ଏବଂ ରଶ୍ମୀରଞ୍ଜନ ମହାନ୍ତି, ସହ ସମ୍ପାଦକ ପଦପାଇଁ ଜ୍ୟୋତିର୍ମୟୀ ପଣ୍ଡା, ରଶ୍ମିଭୂଷଣ ମୁଖୀ, ସତ୍ୟ ପ୍ରକାଶ ଶତପଥୀ, କୋଷାଧ୍ୟକ୍ଷ ଭାବେ ଦୀପ୍ତିପ୍ରକାଶ ନନ୍ଦ ଏବଂ ହିତେନ ନାୟକ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ସେହିପରି କାର୍ଯ୍ୟକାରୀ ସଦସ୍ୟ ପଦ ପାଇଁ ୧୦ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ତେବେ କାର୍ଯ୍ୟକାରୀ ସଦସ୍ୟ ଭାବେ ୧୦ଜଣ ମଧ୍ୟରୁ ୮ଜଣଙ୍କୁ ମନୋନୀତ କରାଯିବ ବୋଲି ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। ଭୋଟ୍‌ ଗ୍ରହଣ ପାଇଁ ମୋଟ୍‌ ୧୦ଟି ବୁଥ୍‌ କରାଯାଇଛି। ନିର୍ବାଚନ କାର୍ଯ୍ୟ ତଥା ଭୋଟ୍‌ ଗଣତି ପାଇଁ ୩୩ ଜଣ ଆଇନଜୀବୀ ନିୟୋଜିତ ହୋଇଛନ୍ତି। ସେହିପରି ବାହାରେ ୨୦ଜଣ ଆଇନଜୀବୀ ଚିର୍‌କୁଟ୍‌ ଦେବାକୁ ଓ ୨୦ଜଣ ସହଯୋଗ କରିବାକୁ ରହିଛନ୍ତି।

ସୂଚନାଯୋଗ୍ୟ, ଶନିବାର ରାଜ୍ୟର ୧୫୭ଟି ଓକିଲ ସଂଘର ନିର୍ବାଚନ ଏକ ସଙ୍ଗେ ଅନୁଷ୍ଠିତ ହେଉଛି। ଓ୍ବାନ ବାର୍‌, ଓ୍ବାନ୍‌ ଭୋଟ୍‌, ଓ୍ବାନ୍‌ ଇଲେକ୍ସନ ଆଧାରରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଜଣେ ଆଇନଜୀବୀ କେବଳ ଗୋଟିଏ ବାରରେ ହିଁ ଭୋଟ୍‌ ଦେଇପାରିବେ।

ସେହିପରି କଟକ ବାର୍‌ ଆସୋସିଏଶନରେ ମଧ୍ୟ ମତଦାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri