ଚତୁର୍ଥ ପର୍ଯ୍ୟାୟରେ ୯୬ ଆସନରେ ହେବ ଭୋଟ ଗ୍ରହଣ: ଏହି ସବୁ ହେଭିୱେଟ କରିବେ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨।୫: ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚତୁର୍ଥ ପର୍ଯ୍ୟାୟରେ ଦେଶର ୧୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ସିଟ୍‌ରେ ଭୋଟ ଗ୍ରହଣ କରାଯିବ। ଆନ୍ଧ୍ରପ୍ରଦେଶର ସମସ୍ତ ୨୫ଟି ଆସନରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ତେଲେଙ୍ଗାନାର ୧୭ଟି ନିର୍ବାଚନମଣ୍ଡଳୀ ସହିତ ଉତ୍ତରପ୍ରଦେଶର ୧୩ଟି, ମହାରାଷ୍ଟ୍ରରେ ୧୧ ଟି, ପଶ୍ଚିମବଙ୍ଗରେ ୮ଟି, ମଧ୍ୟପ୍ରଦେଶରେ ୮ଟି, ବିହାରରେ୫ଟି ଆସନରେ ଭୋଟର ଅଂଶଗ୍ରହଣ କରାଯିବ।

ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ୧୩ ତାରିଖ ଭୋଟ ନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା କ୍ଷେତ୍ର ଓ ଏହା ଅଧୀନରେ ଥିବା ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ । ୪ ଲୋକ ସଭା କ୍ଷେତ୍ର ପାଇଁ ୩୭ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ୨୮ ବିଧାନସଭା ଆସନ ପାଇଁ ୨୪୩ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ପର୍ଯ୍ୟାୟରେ ୪ଟି ସଂସଦୀୟ କ୍ଷେତ୍ରରେ ମୋଟ ୬୨,୮୭,୨୨୨ ମତଦାତା ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ  ।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୧୭ଶହ ୧୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ । ଏଥିରେ ଅଛନ୍ତି ଅନେକ ହେଭିୱେଟ ନେତା । ଅଖିଳେଶ ଯାଦବ ଉତ୍ତରପ୍ରଦେଶ କନୌଜରୁ ନିର୍ବାଚନ ଲଢୁଥିବା ବେଳେ ଶ୍ରୀନଗରରୁ ଓମାର ଅବଦୁଲ୍ଲା, ବିହାର ବେଗୁସରାଇରୁ ଗିରିରାଜ ସିଂହ, ଝାଡଖଣ୍ଡଢ ଖୁଂଟିରୁ ଅର୍ଜୁନ ମୁଣ୍ଡା, ଆନ୍ଧ୍ରପ୍ରଦେଶ କଡପ୍ପାରୁ ୱାଇଏସ୍‌ ଶର୍ମିଳା ର୍ନିବାଚନ ଲୁଛନ୍ତି । ପଶ୍ଚିମବଙ୍ଗ ବରହାମପୁରରୁ ଅଧି ରଞ୍ଜନ ଚୌଧୁରୀ, କ୍ରୀଷ୍ଣାନଗରରୁ ମହୁଆ ମୋଇତ୍ରା, ଆସନସୋଲରୁ ଶତ୍ରୁଘ୍ନ ସିହ୍ନା ଓ ହାଇଦ୍ରାବାଦରୁ ଅସଦୁଦ୍ଦିନ ଓୱେସୀଙ୍କ ଭାଗ୍ୟ ପରୀକ୍ଷା ହେବ ।

୨୦୧୯ରେ ଭାଜପା ୯୬ ଅସନରୁ ୪୨ଟି ଆସନରେ ବିଜୟୀ ହୋଇଥିଲା । ୱାଏସ୍‌ଆର୍‌ସିପି ୨୨ଟି, ବିଆରଏସ୍‌ ୯, କଂଗ୍ରେସ ୬, ଟିଏମ୍‌ସି ୪ ଏବଂ ଟିଡିପି ୩ଟି ଆସନରେ ବିଜୟୀ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri