ଚତୁର୍ଥ ପର୍ଯ୍ୟାୟରେ ୯୬ ଆସନରେ ହେବ ଭୋଟ ଗ୍ରହଣ: ଏହି ସବୁ ହେଭିୱେଟ କରିବେ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨।୫: ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚତୁର୍ଥ ପର୍ଯ୍ୟାୟରେ ଦେଶର ୧୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ସିଟ୍‌ରେ ଭୋଟ ଗ୍ରହଣ କରାଯିବ। ଆନ୍ଧ୍ରପ୍ରଦେଶର ସମସ୍ତ ୨୫ଟି ଆସନରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ତେଲେଙ୍ଗାନାର ୧୭ଟି ନିର୍ବାଚନମଣ୍ଡଳୀ ସହିତ ଉତ୍ତରପ୍ରଦେଶର ୧୩ଟି, ମହାରାଷ୍ଟ୍ରରେ ୧୧ ଟି, ପଶ୍ଚିମବଙ୍ଗରେ ୮ଟି, ମଧ୍ୟପ୍ରଦେଶରେ ୮ଟି, ବିହାରରେ୫ଟି ଆସନରେ ଭୋଟର ଅଂଶଗ୍ରହଣ କରାଯିବ।

ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ୧୩ ତାରିଖ ଭୋଟ ନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା କ୍ଷେତ୍ର ଓ ଏହା ଅଧୀନରେ ଥିବା ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ । ୪ ଲୋକ ସଭା କ୍ଷେତ୍ର ପାଇଁ ୩୭ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ୨୮ ବିଧାନସଭା ଆସନ ପାଇଁ ୨୪୩ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ପର୍ଯ୍ୟାୟରେ ୪ଟି ସଂସଦୀୟ କ୍ଷେତ୍ରରେ ମୋଟ ୬୨,୮୭,୨୨୨ ମତଦାତା ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ  ।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୧୭ଶହ ୧୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ । ଏଥିରେ ଅଛନ୍ତି ଅନେକ ହେଭିୱେଟ ନେତା । ଅଖିଳେଶ ଯାଦବ ଉତ୍ତରପ୍ରଦେଶ କନୌଜରୁ ନିର୍ବାଚନ ଲଢୁଥିବା ବେଳେ ଶ୍ରୀନଗରରୁ ଓମାର ଅବଦୁଲ୍ଲା, ବିହାର ବେଗୁସରାଇରୁ ଗିରିରାଜ ସିଂହ, ଝାଡଖଣ୍ଡଢ ଖୁଂଟିରୁ ଅର୍ଜୁନ ମୁଣ୍ଡା, ଆନ୍ଧ୍ରପ୍ରଦେଶ କଡପ୍ପାରୁ ୱାଇଏସ୍‌ ଶର୍ମିଳା ର୍ନିବାଚନ ଲୁଛନ୍ତି । ପଶ୍ଚିମବଙ୍ଗ ବରହାମପୁରରୁ ଅଧି ରଞ୍ଜନ ଚୌଧୁରୀ, କ୍ରୀଷ୍ଣାନଗରରୁ ମହୁଆ ମୋଇତ୍ରା, ଆସନସୋଲରୁ ଶତ୍ରୁଘ୍ନ ସିହ୍ନା ଓ ହାଇଦ୍ରାବାଦରୁ ଅସଦୁଦ୍ଦିନ ଓୱେସୀଙ୍କ ଭାଗ୍ୟ ପରୀକ୍ଷା ହେବ ।

୨୦୧୯ରେ ଭାଜପା ୯୬ ଅସନରୁ ୪୨ଟି ଆସନରେ ବିଜୟୀ ହୋଇଥିଲା । ୱାଏସ୍‌ଆର୍‌ସିପି ୨୨ଟି, ବିଆରଏସ୍‌ ୯, କଂଗ୍ରେସ ୬, ଟିଏମ୍‌ସି ୪ ଏବଂ ଟିଡିପି ୩ଟି ଆସନରେ ବିଜୟୀ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri