Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ୨୨ ବର୍ଷ ପରେ ହେଉଛି ଭୋଟିଂ, କର୍ନାଟକରୁ ଖର୍ଗେ, କେରଳରୁ ଥରୁର ଦେବେ ଭୋଟ

ନୂଆଦିଲ୍ଲୀ,୧୭ ।୧୦: କଂଗ୍ରେସ ଦଳ ପାଇଁ ୧୭ ଅକ୍ଟୋବର ୨୦୨୨ ସୋମବାର ଏକ ଐତିହାସିକ ଦିନ । ସୋମବାର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସକାଳ ୧୦ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ଦଳରେ ଦୀର୍ଘ ୨୨ ବର୍ଷ ପରେ ଅଧ୍ୟକ୍ଷ ପଦ ପାଇଁ ଭୋଟିଂ ହେଉଛି । ଏପଟେ ପ୍ରାୟ ୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ କେହି ଜଣେ ବ୍ୟକ୍ତି ଅଧ୍ୟକ୍ଷ ହେବାକୁ ଯାଉଛନ୍ତି । କେବଳ ସେତିକି ନୁହେଁ ୧୩୭ ବର୍ଷର ଇତିହାସରେ ଅଧ୍ୟକ୍ଷ ପଦ ପାଇଁ ୬ଷ୍ଠ ଥର ପାଇଁ ନିର୍ବାଚନ ହେଉଛି । କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖର୍ଗେ ଓ ଶଶି ଥରୁରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଛି ।
ଏହି ନିର୍ବାଚନରେ ୯୦୦୦ରୁ ଅଧିକ କଂଗ୍ରେସ ଡେଲିଗେଟସ୍ ଭୋଟ ଦେବେ ବୋଲି ଅନୁମାନ କରାଯାଉଛି । ସାରା ଦେଶରେ ୩୬ଟି ମତଦାନ କେନ୍ଦ୍ର ଓ ୭ ବୁଥ ରହିଛି । ଏହା ଭିତରୁ ୬ଟି ଉତ୍ତର ପ୍ରଦେଶରେ ରହିଛି । ଗୋଟିଏ ବୁଥରେ ୨୦୦ ଭୋଟ ଦିଆଯାଇ ପାରିବ । ୧୯ ଅକ୍ଟୋବରରେ ମତଗଣନା ହେବ । ଏଆଇସିସି ମହାସଚିବ, ରାଜ୍ୟ ପ୍ରଭାରୀ, ସଂଯୁକ୍ତ ସଚିବ ନିଜ ରାଜ୍ୟର ଏଆଇସିସି ମୁଖ୍ୟାଳୟରେ ଭୋଟ ଦେଇପାରିବେ ।
କଂଗ୍ରେସ ମୁଖ୍ୟାଳୟ ସହ ସାରା ଦେଶରେ ଥିବା କଂଗ୍ରେସ କମିଟିର କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯିବ । ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଓ ଦଳ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋମବାର ଦିନ ପ୍ରାୟ ୧୨ଟାରେ ୨୪ ଆକବର ରୋଡ ଅର୍ଥାତ୍ କଂଗ୍ରେସ ମୁଖ୍ୟାଳୟରେ ଭୋଟ ଦେବେ । ଏପଟେ ରାହୁଲ ଗାନ୍ଧୀଙ୍କ ସମେତ ପ୍ରାୟ ୪୭ ଡେଲିଗେଟସ୍ କର୍ନାଟକର ବେଲ୍ଲୋରୀରେ ଭୋଟ ଦେବେ । କାରଣ ଏଠାରେ ଏମାନେ ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇଛନ୍ତି । ବେଲ୍ଲୋରିର ସଂଗନାକଲ୍ଲୁରେ ଥିବା କ୍ୟାମ୍ପ ସ୍ଥାନରେ ଭୋଟ ଦେବେ । ଏପଟେ ଶଶି ଥରୁର ଥିରୁଭାନନ୍ତପୁରମ ଓ ଖର୍ଗେ କର୍ନାଟକର ବେଙ୍ଗାଲୁରୁରେ ଭୋଟ ଦେବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri