ସ୍ଥଗିତ ସ୍ଥାନରେ ମେ ୨୭ରେ ଭୋଟ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ସ୍ଥାନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପଦବୀ ଲାଗି ନିର୍ବାଚନ ହୋଇପାରି ନ ଥିଲା। ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ସେସବୁ ସ୍ଥାନରେ ନିର୍ବାଚନ ସ୍ଥଗିତ ରଖାଯାଇଥିଲା। ଉକ୍ତ ସ୍ଥାନଗୁଡ଼ିକରେ ପୁନର୍ବାର ବିଧିବ୍ୟବସ୍ଥା ଅନୁସାରେ ନିର୍ବାଚନ କରାଇବା ଲାଗି ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ ସ୍ଥଗିତ ଥିବା ସ୍ଥାନଗୁଡ଼ିକରେ ଆସନ୍ତା ମେ ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ଏପ୍ରିଲ ୨୬ରେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି ଜାରି କରାଯିବ। ଏପ୍ରିଲ ୨୯ଠାରୁ ମେ ୨ ପର୍ଯ୍ୟନ୍ତ ନାମାଙ୍କନପତ୍ର ଗ୍ରହଣ ଏବଂ ଦାଖଲର ସମୟ ରଖାଯାଇଛି। ମେ ୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ। ୫ତାରିଖରେ ପ୍ରାର୍ଥୀତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୭ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ମେ ୨୭ ସକାଳ ୭ଟାଠାରୁ ଦିନ ୧ ଘଟିକା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ୨୮ ତାରିଖରେ ଭୋଟ ଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା ହୋଇଯିବ। ୩୧ ତାରିଖରେ ବିଜୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିଶନ ସୂତ୍ରରୁ ପ୍ରକାଶ କରାଯାଇଛି। ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଅଞ୍ଚଳରେ ଏପ୍ରିଲ ୨୧ ତାରିଖଠାରୁ ମେ ୨୮ ତାରିଖ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ପୂର୍ବରୁ ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀମାନେ ପୁନରାୟ ନାମାଙ୍କନପତ୍ର ଦାଖଲ କରିବା ଆବଶ୍ୟକ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri