ଓଡ଼ିଶାକୁ ବିଶ୍ୱର ସବୁଜ ରାଜଧାନୀ କରିବାକୁ ଶପଥ

ଭୁବନେଶ୍ୱର,୪।୪(ବ୍ୟୁରୋ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଶୁଭ ଶତବାର୍ଷିକୀ ୨୦୩୬ରେ ପାଳନ କରାଯିବ। ଏଥିପାଇଁ ସାମାଜିକ ଅନୁଷ୍ଠାନ ପ୍ରେରଣା ଗ୍ରୀନ୍‌ ଆର୍ମି ପକ୍ଷରୁ ସ୍ବତନ୍ତ ଅଧିବେଶନ ‘ମେକ୍‌ ଇନ୍‌ ଓଡ଼ିଶା-୨୦୩୬’ ଅନୁଷ୍ଠିତ ହୋଇଯାଇଛି। ସୋମବାର ସୂଚନାଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାକୁ ୨୦୩୬ ମସିହା ସୁଦ୍ଧା ବିଶ୍ୱର ସବୁଜ ରାଜଧାନୀରେ ପରିଣତ କରିବା ପାଇଁ ସଂକଳ୍ପ ନିଆଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଲେ, ରାଜ୍ୟରେ ଥିବା ପ୍ରାୟ ୫୦ ହଜାର ସ୍କୁଲ୍‌ ପରିସରକୁ ସବୁଜ ସୁନ୍ଦର ଓ ପ୍ରଦୂଷଣମୁକ୍ତ କରାଯିବା ପାଇଁ ବିଭାଗ ପକ୍ଷରୁ ଉଦ୍ୟମ କରାଯିବ ମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଶିଷ୍ଟ ଚିତ୍ରଶିଳ୍ପୀ ବଳଦେବ ମହାରଣାଙ୍କ ଦ୍ୱାରା ପ୍ରସ୍ତୁତ ଉତ୍କଳ ଜନନୀର ସ୍ବତନ୍ତ୍ର ଫଟୋଚିତ୍ରକୁ ମନ୍ତ୍ରୀ ଦାଶ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ପ୍ରେରଣା ଗ୍ରୀନ୍‌ ଆର୍ମିର କମାଣ୍ଡାଣ୍ଟ ଇନ୍‌ ଚିଫ ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନ କହିଲେ, ପ୍ରତିବର୍ଷ ଗଛ ଲଗାଇବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତିଙ୍କୁ ପ୍ରେରଣା ପକ୍ଷରୁ ୧ ଲକ୍ଷ ଟଙ୍କା ସହ ଗ୍ରୀନ୍‌ ମ୍ୟାନ୍‌ ସମ୍ମାନ ଦିଆଯାଉଛି। ଚଳିତବର୍ଷଠାରୁ ଭଲ ଗଛ ଲଗାଉଥିବା ସ୍କୁଲ୍‌କୁ ମଧ୍ୟ ପୁରସ୍କାର ଦିଆଯିବ। ବିଶିଷ୍ଟ ସ୍ତମ୍ଭକାର ଡ. ଭଗବାନ ପ୍ରକାଶ, ଓଡ଼ିଶା ରାଜ୍ୟ ପାଇକ ଆଖଡ଼ା ମହାସଂଘର ସଭାପତି ଡକ୍ଟର ପ୍ରକାଶ ଶ୍ରୀଚନ୍ଦନ ପ୍ରମୁଖ ଅତିଥି ରୂପେ ଯୋଗ ଦେଇ ବୃକ୍ଷରୋପଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ସଂଯୋଜକ, କାର୍ଯ୍ୟକ୍ରମ ଅଧିକାରୀଙ୍କୁ ସମ୍ମାନିତ କରାଯାଇଥିଲା। ଏଥି ସହିତ ୧୦୦ ଜଣ ଗ୍ରୀନ ଆର୍ମି କମାଣ୍ଡାଣ୍ଟ ଓ ୫ଜଣ ଗ୍ରୀନ ଆର୍ମି କ୍ୟାପଟେନଙ୍କୁ ବୃକ୍ଷ ରୋପଣ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ପାଇଁ ସମ୍ମାନିତ କରାଯାଇଥିଲା। ଅନୁପମା ଚମ୍ପତ୍ତିରାୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri