Posted inଜାତୀୟ

ବଦଳିବ ବୃନ୍ଦାବନର ବାଙ୍କେ ବିହାରୀ ମନ୍ଦିରର ସମୟ, ବନ୍ଦ ହେବ କେଦାରନାଥ ସମେତ କିଛି ତୀର୍ଥ ସ୍ଥଳ ଦର୍ଶନ

ଡେରାଡୁନ,୨୭ ।୧୦: ଧାର୍ମିକ ସ୍ଥଳ ଯାତ୍ରା କରୁଥିବା ତୀର୍ଥ ଯାତ୍ରୀଙ୍କ ପାଇଁ ଏକ ବଡ ଖବର, ଯାହା ଭକ୍ତାମାନେ ଜାଣି ରଖିବା ଜରୁରୀ । ଗୁରୁବାରଠାରୁ ବୃନ୍ଦାବନର ବାଙ୍କେ ବିହାରୀ ମନ୍ଦିରର ସମୟରେ ପରିବର୍ତ୍ତନ କରାଯାଇଛି । ମନ୍ଦିରର ପ୍ରବନ୍ଧକ ମୁନିଶ ଶର୍ମା କହିଛନ୍ତି, ଏବେ ରାଜଭୋଗ ସେବା ପାଇଁ ମନ୍ଦିର ଦିନ ୧ଟାରେ ବନ୍ଦ ହୋଇଯିବ । ସକାଳ ପାଳିରେ ମନ୍ଦିର ସକାଳ ୮ଟା ୪୫ରେ ଖୋଲିବ ଓ ଅପରାହ୍ନ ୧ଟାରେ ବନ୍ଦ ହେବ । ମନ୍ଦିରରେ ଠାକୁରଙ୍କ ଭୋଗ ପାଇଁ କିଛି ସମୟର ଅନ୍ତରାଲ ପରେ ସନ୍ଧ୍ୟା ୪ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ ।
ଅନ୍ୟପଟେ କେଦାରନାଥ ଦର୍ଶନ ଗୁରୁବାରଠାରୁ ବନ୍ଦ ରହିବ । ସକାଳ ୮ଟା ୩୦ରେ ବୈଦିକ ମନ୍ତ୍ରୋଚ୍ଚରଣ ପରେ ମନ୍ଦିରର କବାଟ ବନ୍ଦ କରିଦିଆଯିବ । ଆଜିଠାରୁ ଯମୁନୋତ୍ରୀ ଦର୍ଶନ ବି ବନ୍ଦ କରି ଦିଆଯିବ । ସବୁଠାରୁ ଶେଷରେ ୧୯ ନଭେମ୍ବରରେ ବଦ୍ରିନାଥଧାମକୁ ବନ୍ଦ କରି ଦିଆଯିବ ।
ଚାରି ଧାମର ଯାତ୍ରା ଶେଷକୁ ନେଇ ଦଶହରାରେ କପାଟ ବନ୍ଦ କରିବାର ତିଥି ଘୋଷଣା କରାଯାଇଥାଏ । ଏଥିପାଇଁ ମୂୁହୂର୍ତ୍ତ ଅନୁଯାୟୀ, ତିଥି ଓ ସମୟ ଧାର୍ଯ୍ୟ କରାଯିବାର ପରମ୍ପରା ରହିଛି । ଏହି ଆଧାରରେ ଚାରିଧାମର କବାଟ ବନ୍ଦ କରାଯିବାର ପ୍ରସ୍ତୁତି ଆରମ୍ଭ ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri