ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ  କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦ୍ଵିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଝଗଡପଲ୍ଲୀ ଇଲେଭେନ କ୍ରିକେଟ ଟିମ୍ ବିପକ୍ଷ ଦିଗପହଣ୍ଡି ଟିମ୍ କୁ ୨୭ ରନରେ ପରାଜିତ କରି ଫାଇନାଲରେ ପ୍ରବେଶ କରିଛି ।  ରବିବାର ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ରେ ଗୋକର୍ଣ୍ଣପୁର ଓ ଝଗଡପଲ୍ଲୀ କ୍ରିକେଟ ଟିମ୍ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଦ୍ବିତୀୟ ସେମିଫାଇନାଲ ମ୍ୟାଚରେ ଝଗଡପଲ୍ଲୀ ୧୬୧ ରନ୍ କରିଥିବା ବେଳେ ଦିଗପହଣ୍ଡି ୧୩୪ କରିବାରେ ସମର୍ଥ ହୋଇଥିଲା । ମ୍ୟାଚ ପ୍ରାରମ୍ଭରେ ସାମାଜିକ କର୍ମୀ ରଞ୍ଜନ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଏବଂ ଶିବ କୁମାର ଗୈାଡ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ବିଜେତା ଟିମ୍ ର ତିତିଲି କୁମାର ୨୪ ବଲରେ ବିସ୍ପୋରକ ୬୪ ରନ୍ କରି ଶ୍ରେଷ୍ଠ ଖେଳାଳି ଭାବେ ବିବେଚିତ ହୋଇଥିଲେ । ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ , ଦୁର୍ଗାପ୍ରସାଦ ଗୌଡ଼ ସମେତ ସୁମନ ସାହୁ , ବାଙ୍କନିଧି ସାହୁ , ସିମାଞ୍ଚଳ ଗୈାଡ ପରିଚାଳନା କରିଥିବା ବେଳେ ଲୋକନାଥ କର , ଭୈରବ ଚନ୍ଦ୍ର କର , ଭଗବାନ ମହାପାତ୍ର , ରାଜାରାଓ ଆଚାରୀ , ବୃନ୍ଦାବନ ଗୌଡ଼ , ପଞ୍ଚାନନ ସାହୁ , ଶିବାନନ୍ଦ ପାଣିଗ୍ରାହୀ , ଜୟସେନ ପାଣିଗ୍ରାହୀ , ପିଣ୍ଟୁ ଆଚାରୀ , ଆୟୋଜକ କମିଟି ଉପଦେଷ୍ଟା ସନ୍ତୋଷ କୁମାର ସାହୁ , ସମ୍ପାଦକ ତୋଫାନ ଆଚାରୀ ଓ କୋଷାଧ୍ୟକ୍ଷ ରାଜେଶ ଗୌଡ଼ , ବଳରାମ ଗୈାଡ ଓ କ୍ଳବର ସମସ୍ତ ସଦସ୍ୟ ମ୍ୟାଚ୍ ପରିଚାଳନାରେ ସହଯୋଗ  କରିଥିଲେ । ଗୁରୁବାର ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ୍ ରେ ଗୋକର୍ଣ୍ଣପୁର ଗ୍ରାମ କ୍ରିକେଟ ଟିମ୍ ବିପକ୍ଷ ସୁନାଥର ଗ୍ରାମ କ୍ରିକେଟ ଟିମ୍ କୁ ମାତ୍ର ୫ ରନ ବ୍ୟବଧାନରେ ପରାସ୍ତ କରି  ଫାଇନାଲରେ ପ୍ରବେଶ କରିଥିଲା ।  ଗୋକର୍ଣ୍ଣପୁର ଟିମ୍ ନିର୍ଦ୍ଧାରିତ ୧୨ ଓଭରରେ ୧୨୮ ରନ୍ ହାସଲ କରହାସଲ କରିଥିଲା । ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ସୁନାଥର ଗ୍ରାମ କ୍ରିକେଟ ଟିମ୍ ମ୍ୟାଚ୍ ଶେଷ ପର୍ଯ୍ୟନ୍ତ ସଂଘର୍ଷ କରି ସମସ୍ତ ୱିକେଟ ହରାଇ ୧୨୩ ରନ କରି ପରାଜିତ  ହୋଇଥିଲା । ସାମାଜିକ କର୍ମୀ ପ୍ରଶାନ୍ତ ଗୈାଡ ଏବଂ ଅରୁଣ ପାଣିଗ୍ରାହୀ ଅତିଥି ଭାବେ ଯୋଗ ଦେଇ ଗୋକର୍ଣ୍ଣପୁର ଟିମ୍ ପକ୍ଷରୁ ଧୁଆଁଧାର ବ୍ୟାଟିଂ ଓ ବୋଲିଂ  କରିଥିବା ଖେଳାଳି ବ୍ରଜ କୁମାର ଙ୍କୁ ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?