ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୋକର୍ଣ୍ଣପୁର ଗ୍ରାମ କ୍ରିକେଟ ଟିମ ବିପକ୍ଷ ସୁନାଥର ଗ୍ରାମ କ୍ରିକେଟ ଟିମକୁ ମାତ୍ର ୫ ରନ ବ୍ୟବଧାନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି ପ୍ରଥମ ସେମିଫାଇନାଲ ମ୍ୟାଚରେ ଗୋକର୍ଣ୍ଣପୁର ଟିମ ନିର୍ଦ୍ଧାରିତ ୧୨ ଓଭରରେ ୧୨୮ ରନ ହାସଲ କରିଥିଲା । ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ସୁନାଥର ଗ୍ରାମ କ୍ରିକେଟ ଟିମ ମ୍ୟାଚ ଶେଷ ପର୍ଯ୍ୟନ୍ତ ସଂଘର୍ଷ କରି ସମସ୍ତ ଉଇକେଟ୍‌ ହରାଇ ୧୨୩ ରନ କରି ପରାଜିତ ହୋଇଥିଲା । ସାମାଜିକ କର୍ମୀ ପ୍ରଶାନ୍ତ ଗୈାଡ ଏବଂ ଅରୁଣ ପାଣିଗ୍ରାହୀ ଅତିଥି ଭାବେ ଯୋଗ ଦେଇ ଗୋକର୍ଣ୍ଣପୁର ଟିମ ପକ୍ଷରୁ ଧୁଆଁଧାର ବ୍ୟାଟିଂ ଓ ବୋଲିଂ କରିଥିବା ଖେଳାଳି ବ୍ରଜ କୁମାରଙ୍କୁ ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ କରିଥିଲେ । ଟୁର୍ନାମେଣ୍ଟ ଆୟୋଜକ ତଥା ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ , ସାମାଜିକ କର୍ମୀ ରଞ୍ଜନ କୁମାର ପାଣିଗ୍ରାହୀ , ଦୁର୍ଗାପ୍ରସାଦ ଗୌଡ଼ଙ୍କ ସମେତ ରୁନା ଗୌଡ଼ ସୁମନ ସାହୁ , ଲୋକନାଥ କର , ଭୈରବ ଚନ୍ଦ୍ର କର , ଭଗବାନ ମହାପାତ୍ର , ରାଜାରାଓ ଆଚାରୀ , ବୃନ୍ଦାବନ ଗୌଡ଼ , ପଞ୍ଚାନନ ସାହୁ , ଶିବାନନ୍ଦ ପାଣିଗ୍ରାହୀ , ଜୟସେନ ପାଣିଗ୍ରାହୀ , ପିଣ୍ଟୁ ଆଚାରୀ , ସନ୍ତୋଷ କୁମାର ସାହୁ , ତୋଫାନ ଆଚାରୀ , ରାଜେଶ ଗୌଡ଼ , ବଳରାମ ଗୈାଡ ଓ କ୍ଳବର ସମସ୍ତ ସଦସ୍ୟ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?