ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଅତି ସ୍ବଳ୍ପ ଦୂରତା ବିଶିଷ୍ଟ ବାୟୁ ପ୍ରତିରକ୍ଷା ପ୍ରଣାଳୀ (ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌) କ୍ଷେପଣାସ୍ତ୍ରର ଦୁଇଟି ପରୀକ୍ଷଣ ସଫଳ ହୋଇଛି। ମଙ୍ଗଳବାର ଚାନ୍ଦିପୁରସ୍ଥିତ ଲଞ୍ଚପ୍ୟାଡ୍‌ରୁ ଭୂପୃଷ୍ଠରେ ରଖାଯାଇଥିବା ଏକ ପୋର୍ଟେବଲ ଲଞ୍ଚରରୁ ଏହି କ୍ଷେପଣାସ୍ତ୍ରର ଫ୍ଲାଇଟ ଟେଷ୍ଟ କରାଯାଇଥିଲା। ଭିଏସ୍‌ଏଚଓଆରଏଡିଏସ୍‌ ଏକ ପୋର୍ଟେବଲ ମାନବବାହିତ ବାୟୁ ପ୍ରତିରକ୍ଷା ପ୍ରଣାଳୀ (ମ୍ୟାନପାଡ) ଯାହାକୁ ହାଇଦ୍ରାବାଦସ୍ଥିତ ଡିଆରଡିଓର ଗବେଷଣା କେନ୍ଦ୍ର ଇମାରତ (ଆରସିଆଇ) ଦ୍ବାରା ଡିଜାଇନ କରାଯାଇଛି। ଡିଆରଡିଓ ଲାବରୋଟୋରୀ ଏବଂ ଉଦ୍ୟୋଗ ଜଗତର ସହଭାଗିତାରେ ଏହି ସ୍ବଦେଶୀ କ୍ଷେପଣାସ୍ତ୍ର ନିର୍ମିତ ହୋଇଛି।
ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌ରେ ରହିଛି କ୍ଷୁଦ୍ର ଆକୃତିର ପ୍ରତିକ୍ରିୟା ନିୟନ୍ତ୍ରଣ ପ୍ରଣାଳୀ (ଆରସିଏସ) ଏବଂ ସମନ୍ବିତ ଆଭିଓନିକ୍ସ ଭଳି ବହୁ ନୂଆ ଜ୍ଞାନକୌଶଳ। ଏସବୁ ଅତ୍ୟାଧୁନିକ ବ୍ୟବସ୍ଥା ଆଜିର ପରୀକ୍ଷଣ ସମୟରେ ସଫଳତା ପୂର୍ବକ ପ୍ରମାଣିତ ହୋଇଥିଲା। ଏହି କ୍ଷେପଣାସ୍ତ୍ରରେ ଥିବା ଦୁଇଟିକିଆ ସଲିଡ୍‌ ମୋଟର କ୍ଷମତା ଯାହାକି ଆକାଶମାର୍ଗରୁ ଆସୁଥିବା କମ ଉଚ୍ଚତା ବିଶିଷ୍ଟ ବିପଦକୁ ଅଳ୍ପ ଦୂରତାରେ ଧ୍ବଂସ କରିବାରେ ସକ୍ଷମ ହୋଇପାରିବ। ସହଜରେ ପରିବହନ କରିବା ଲାଗି ଏହି କ୍ଷେପଣାସ୍ତ୍ର ଓ ଏହାର ଲଞ୍ଚରକୁ ଅଧିକ ସଙ୍ଗଠିତ କରାଯାଇଛି। ତେବେ ଏହି ଦୁଇଟି ଯାକ ଆକାଶମାର୍ଗ ପରୀକ୍ଷଣ ମିଶନର ସମସ୍ତ ଲକ୍ଷ୍ୟ ହାସଲ କରିଥିବା ନେଇ ଡିଆରଡ଼ିଓ ପକ୍ଷରୁ ସୂଚିତ କରାଯାଇଛି। ଏହି ସଫଳତା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆରଡିଓ ଏବଂ ଏହାର ଉଦ୍ୟୋଗ ସହଯୋଗୀଙ୍କୁ ଉଚ୍ଚ ପ୍ରଶଂସା କରି କହିଛନ୍ତି, ଉକ୍ତ ନୂଆ କ୍ଷେପଣାସ୍ତ୍ରରେ ଆଧୁନିକ ପ୍ରଯୁକ୍ତି ରହିଛି ଯାହାକି, ସେନାବାହିନୀର ପ୍ରଯୁକ୍ତିଗତ ସାମର୍ଥ୍ୟକୁ ବୃଦ୍ଧି କରିବ। ଏହି ଉଲ୍ଲେଖନୀୟ ସଫଳତା ପାଇଁ ସମ୍ପୂର୍ଣ୍ଣ ଭିଏସ୍‌ଏଚଓଆରଏଡିଏସ୍‌ ଟିମ୍‌କୁ ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗର ସଚିବ ତଥା ଡିଆରଡିଓ ଅଧ୍ୟକ୍ଷ ଜି. ସତୀଶ ରେଡ୍ଡୀ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri