ଭିଏସ୍‌ଏସ୍‌ ଷ୍ଟାଡିୟମର ହେବ ଆଧୁନିକୀକରଣ

ସମ୍ବଲପୁର,୧୧ା୨(ପ୍ରମୋଦ ବହିଦାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ରବିବାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳରେ କ୍ରୀଡ଼ାର ବିକାଶକୁ ଗୁରୁତ୍ୱ ଦେଇଆସିଛନ୍ତି। ସେଥିପାଇଁ କିଛିଦିନ ପୂର୍ବେ ବୁର୍ଲାରେ ୨୭ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟିତ ହୋଇଥିବା ବେଳେ ସମ୍ବଲପୁର ଫୁଟବଲ ଏକାଡେମୀ ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ସ୍ପୋଟର୍‌ସ କମ୍ପ୍ଲେକ୍ସର ଶିଳାନ୍ୟାସ ହୋଇଛି। ଏଠାରେ ହକି ଷ୍ଟାଡିୟମ ସହ ଇନ୍‌ଡୋର ସ୍ପୋଟର୍‌ସ ପାଇଁ ମଧ୍ୟ ବ୍ୟବସ୍ଥା ରହିବ। ସେହିପରି ସମ୍ବଲପୁରରେ ଏକ ନୂତନ ଫୁଟବଲ ଷ୍ଟାଡିୟମ ନିର୍ମାଣ ଓ ଭିଏସ୍‌ଏସ୍‌ ଷ୍ଟଡିୟମର ଆଧୁନିକୀକରଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି ବୋଲି ସେ କହିଥିଲେ।
ପରେ ସେ ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଯାଇ ସେଠାରେ ଅଭ୍ୟାସରତ ଖେଳାଳିଙ୍କ ସହ କିଛିସମୟ କିକ୍ରେଟ୍‌ ଖେଳିଥିଲେ। ପ୍ରାୟ ୩୫୦ କୋଟି ବ୍ୟୟ ଅଟକଳରେ ହୋଇଥିବା ଭିଏସ୍‌ଏସ୍‌ ଷ୍ଟାଡିୟମର ଆଧୁନିକୀରଣ ପ୍ରକଳ୍ପ ନେଇ ୫-ଟି ଅଧ୍ୟକ୍ଷ ସେଠାରେ ଜିଲା କ୍ରୀଡ଼ା ସଂଘ କର୍ମକର୍ତ୍ତା ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri