ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ ନାମରେ ମାଲକାନଗିରି ପୋଲିସ ନିଜ ଆଡୁ ମାମଲା ନଂ(୭୨୧/୨୪)ରୁଜୁ କରିଛି। ସେହିପରି ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ମଧ୍ୟ ସୋମବାର ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ପ୍ରକାଶ ଯେ, କତାମେଟାରେ ଶ୍ରୀକ୍ଷେତ୍ର ଅପେରାରେ ଗତ ଶନିବାର ନାଟକ ଆରମ୍ଭ ପୂର୍ବରୁ ଓଡ଼ିଶାରେ ସାହୁ ଭାଉଜ ନାମରେ ପରିଚିତ ଭାଗ୍ୟଶ୍ରୀ ସାହୁ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିଲେ। ଅପେରା ଦେଖିବା ପାଇଁ ଶହ ଶହ ମହିଳା ପୁରୁଷ ପରିବାର ସହ ଏଠାରେ ଉପସ୍ଥିତ ଥିଲେ। ଏହି ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ଲୋକେ ନିନ୍ଦା କରିବା ସହ ଏହାଦ୍ୱାରା ଓଡିଶାରେ ଅପେରାରମାନ ହ୍ରାସ ପାଉଥିବା କହିଥିଲେ। ଏ ସମ୍ପର୍କରେ ମାଲକାନଗିରି ଥାନାରେ ନୃତ୍ୟାଙ୍ଗନା ଭାଗ୍ୟଶ୍ରୀ ସାହୁ ଓରଫ ସାହୁ ଭାଉଜ, ଶ୍ରୀ କ୍ଷେତ୍ର ଅପେରା ଓ କତାମେଟା ଯାତ୍ରା କମିଟି ଆୟୋଜକଙ୍କ ନାମରେ ପୋଲିସ ନିଜଆଡୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?