Posted inଖେଳ

ଏସିଆ କପ୍‌ରେ ଡ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ

ନୂଆଦିଲ୍ଲୀ,୨୪।୮: ଏସିଆ କପ ୨୦୨୨ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଭାରତୀୟ କ୍ରିକେଟ ବୋର୍ଡ ଏକ ବଡ ନିଷ୍ପତ୍ତି ନେଇଛି। ଜାତୀୟ କ୍ରିକେଟ ଏକାଡେମୀର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତର ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ କୋଚ ଭାବରେ ନିଯୁକ୍ତ କରାଯାଇଛି। ଏନେଇ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି। କରୋନା ଆକ୍ରାନ୍ତ ରାହୁଲ ଡ୍ରାଭିଡଙ୍କ ସ୍ଥାନରେ ବିସିସିଆଇ ଲକ୍ଷ୍ମଣଙ୍କୁ ଦୁବାଇ ପଠାଯାଇଛି। ସେ ସୁସ୍ଥ ହେଲେ ଦଳ ସହ ଯୋଗ ଦେବେ। ଏହାପୂର୍ବରୁ ଲକ୍ଷ୍ମଣ ଆୟର୍ଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ଏବଂ ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ଭୂମିକାରେ ଥିଲେ।
ଏସିଆ କପ ଆରମ୍ଭ ହେବାର ଠିକ ପୂର୍ବରୁ ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଡ୍ରାଭିଡ କରୋନା ସଂକ୍ରମିତ ହୋଇଥିଲେ। ଏସିଆ କପରେ ଟିମ ଇଣ୍ଡିଆର ପ୍ରସ୍ତୁତି ପାଇଁ ରାହୁଲ ଦ୍ରାବିଡ କୋଭିଡ ପଜିଟିଭ ହୋଇଥିଲେ। ଏସିଆ କପରେ ଭାରତର ଅଭିଯାନ ଅଗଷ୍ଟ ୨୮ରେ ଆରମ୍ଭ ହେବ। ଭାରତ ପ୍ରଥମ ମ୍ୟାଚରେ ପାକିସ୍ତାନକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?