Posted inଖେଳ

ରବି ଶାସ୍ତ୍ରୀ-ବିରାଟ କୋହଲିଙ୍କୁ ଏହି କ୍ଷେତ୍ରରେ ସର୍ବାଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି: ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୩୧।୭: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଦଳକୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଷ୍ଟାର ସ୍ପୋଟ୍ସର ଶୋ’ ଗେମ୍‌ ପ୍ଲାନ ସହ କଥାବାର୍ତ୍ତାରେ ଲକ୍ଷ୍ମଣ କହିଛନ୍ତି, ଭାରତୀୟ ଦଳର ମାନସିକତା ସମ୍ପୂର୍ଣ୍ଣ ଭାବେ ବଦଳିଯାଇଛି ବୋଲି ମୁଁ ବିଶ୍ୱାସ କରେ।

୨୦୨୦ରେ ଅଷ୍ଟ୍ରେଲିଆରେ ବିଜୟ ପରେ ବ୍ରିସବେନ୍‌ ସେମାନେ ଯେଉଁଭଳି ଭାବେ ଦଳକୁ ହରାଇ ସିରିଜ ଜିତିଥିଲେ ତାହା ପ୍ରଶଂସନ। ସେତେବେଳେ ଦଳରେ ଅନେକ ପ୍ରମୁଖ ଖେଳାଳି ଉପଲବ୍ଧ ନ ଥିଲେ। ତଥାପି ଦଳରେ ଅନେକ ମଜଭୂତ ଏବଂ ଦମ୍‌ଦାର ଖେଳାଳି ଅଛନ୍ତି ବୋଲି ଲାଗିଥିଲା। ଏହାଛଡ଼ା ଦ୍ରୁତ ବୋଲରଙ୍କ ୟୁନିଟ୍‌ ଅତ୍ୟନ୍ତ ଶକ୍ତିଶାଳୀ ହୋଇଛି। ଯେଉଁଭଳି ଭାବେ ସାରା ବିଶ୍ୱରେ ସେ ଭଲ ପ୍ରଦର୍ଶନ କରିଛନ୍ତି, ସେମାନଙ୍କର ଆତ୍ମବିଶ୍ୱାସ ଆହୁରି ବଢ଼ିଛି ବୋଲି ଲକ୍ଷ୍ମଣ କହିଛନ୍ତି।

ଏହାଛଡ଼ା ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ରବି ଶାସ୍ତ୍ରୀ ଏବଂ ବିରାଟ କୋହଲିଙ୍କୁ ଏକ ନିର୍ଦ୍ଦିଷ୍ଟ କ୍ଷେତ୍ର ଉପରେ ଅଧିକ ଧ୍ୟାନ ଦେବା ଉଚିତ ବୋଲି ସେ କହିଛନ୍ତି। ଭାରତୀୟ ଦଳ ବିଦେଶର ପରିସ୍ଥିତିରେ ବିଶେଷକରି ଇଂଲଣଣ୍ଡରେ ଜଣେ କିମ୍ବା ଦୁଇଜଣ ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ନିର୍ଭର କରିଥାନ୍ତି। ହେଲେ ଯଦି ଆପଣ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ପରାସ୍ତ କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କୁ ଏକାଠି ହୋଇ ବ୍ୟାଟିଂ କରିବାକୁ ହେବ। ଭଲ ପ୍ରଦର୍ଶନ କରିବାକୁ ପଡ଼ିବ। ଜଣେ କିମ୍ବା ଦୁଇଜଣ ବ୍ୟାଟ୍ସମ୍ୟାନ ରନ୍‌ ସ୍କୋର କରି ମ୍ୟାଚ୍‌ ଜିତିଯିବେ ବୋଲି ଆଶା କରିପାରିବା ଭୁଲ। ଏହା ଉପରେ ଉଭୟ ଶାସ୍ତ୍ରୀ ଏବଂ କୋହଲି ଅଧିକ ଧ୍ୟାନ ଦେବା ଆବଶ୍ୟକ ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri