ମନରେଗା ଶ୍ରମିକଙ୍କ ବଢ଼ିଲା ମଜୁରୀ: ଅଧିସୂଚନା ଜାରି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୬।୩ : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ଅନ୍ତର୍ଗତ ମଜୁରୀ ହାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି। ହରିୟାଣାର ଦୈନିକ ସର୍ବାଧିକ ମଜୁରୀ ୩୫୭ ଟଙ୍କା ଥିବାବେେଳେ ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ସର୍ବନିମ୍ନ ସ୍ଥିର ମଜୁରୀ ଦିନକୁ ୨୨୧ ଟଙ୍କା ରହିଛି।

କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ୨୪ ମାର୍ଚ୍ଚରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା ଅଧୀନରେ ବେତନ ହାରରେ ପରିବର୍ତ୍ତନ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ (ମନରେଗା), ୨୦୦୫ ର ଧାରା ୬(୧) ଅନୁଯାୟୀ ଏହି ବିଜ୍ଞପ୍ତି ଜାରି କରାଯାଇଛି। ମଜୁରୀ ୭ ରୁ ୨୬ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପ୍ରିଲ ୨ ତାରିଖରୁ ଏହା କାର୍ଯ୍ୟକାରୀ ହେବ।

ପୂର୍ବ ବର୍ଷର ହାର ତୁଳନାରେ ରାଜସ୍ଥାନ ସର୍ବାଧିକ ମଜୁରୀ ବୃଦ୍ଧି ପଞ୍ଜିକରଣ କରିଛି। ରାଜସ୍ଥାନ ପାଇଁ ସଂଶୋଧିତ ମଜୁରୀ ଦିନକୁ ୨୫୫ ଟଙ୍କା ରହିଛି। ୨୦୨୨-୨୩ ରେ ଏହା ୨୩୧ ଟଙ୍କା ଥିଲା। ଗତ ବର୍ଷ ତୁଳନାରେ ବିହାର ଏବଂ ଝାଡଖଣ୍ଡରେ ପ୍ରାୟ ଆଠ ପ୍ରତିଶତ ବୃଦ୍ଧି ପଞ୍ଜିକୃତ ହୋଇଛି। ଗତ ବର୍ଷ ଏହି ଦୁଇ ରାଜ୍ୟରେ ମନରେଗା ଶ୍ରମିକଙ୍କ ଦୈନିକ ମଜୁରୀ ୨୧୦ ଟଙ୍କା ଥିଲା। ବର୍ତ୍ତମାନ ଏହାକୁ ୨୨୮ ଟଙ୍କାକୁ ସଂଶୋଧନ କରାଯାଇଛି।

ଛତିଶଗଡ ଏବଂ ମଧ୍ୟପ୍ରଦେଶ ପାଇଁ ସର୍ବନିମ୍ନ ଦୈନିକ ମଜୁରୀ ୨୨୧ ଟଙ୍କା ରହିଛି। ପୂର୍ବ ବର୍ଷ ତୁଳନାରେ ଏଥିରେ ୧୭ ପ୍ରତିଶତ ବୃଦ୍ଧି ରେକର୍ଡ କରାଯାଇଛି। ୨୦୨୨-୨୩ ମସିହାରେ ଉଭୟ ରାଜ୍ୟରେ ଦୈନିକ ମଜୁରୀ ୨୦୪ ଟଙ୍କା ଥିଲା। ରାଜ୍ୟମାନଙ୍କ ପାଇଁ ମଜୁରୀ ବୃଦ୍ଧି ଦୁଇରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ସର୍ବନିମ୍ନ ପ୍ରତିଶତ ବୃଦ୍ଧି ପଞ୍ଜିକୃତ ରାଜ୍ୟଗୁଡ଼ିକ ମଧ୍ୟରେ କର୍ନାଟକ, ଗୋଆ, ମେଘାଳୟ ଏବଂ ମଣିପୁର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri