ଶ୍ରମିକଙ୍କ ପାରିଶ୍ରମିକ ଆତ୍ମସାତ୍‌: ଦେଢ଼ବର୍ଷ ହେଲାଣି ମିଳୁନି, ବିଡିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୬ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚର ଗ୍ରାମର ମୁଖ୍ୟ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ତତ୍‌କାଳୀନ ସରକାର ଥିବାବେଳେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରୁ ଏକ ବସ୍‌ ଷ୍ଟପେଜ୍‌ ଗତ ୮.୧୧.୨୩ରେ ନିର୍ମାଣ କାର୍ଯ୍ୟଆରମ୍ଭ ହୋଇ ସମ୍ପୂର୍ଣ୍ଣ ଶେଷ ହୋଇନାହିଁ। ଆଜକୁ ଏକ ବର୍ଷ ଚାରିମାସ ବିତିଗଲାଣି ଶ୍ରମିକ, ମିସ୍ତ୍ରୀ, ସେଟ୍ରିଂ ବାଲା, ଠିକାଦାରଙ୍କ ସମୁଦାୟ ୨ ଲକ୍ଷ ୭୭ ହଜାର ପାରିଶ୍ରମିକ ଓ ସାମଗ୍ରୀ ବାବଦକୁ ମିଳି ନ ଥିବାରୁ କେସିଙ୍ଗା ବିଡିଓଙ୍କ ନିକଟରେ ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଶ୍ରମିକମାନେ କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ଦୌଡ଼ି ଦୌଡ଼ି ନିରାଶ ହୋଇଗଲେଣି। ଯଦିଓ ଆସନ୍ତା ୧୫ଦିନ ମଧ୍ୟରେ ସମସ୍ତ ପାରିଶ୍ରମିକ ଟଙ୍କା ନ ମିଳିଲେ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଶ୍ରମିକ, ମିସ୍ତ୍ରୀମାନେ ଚେତାବନୀ ଦେଇଛନ୍ତି। ପରିଶେଷରେ ଜିଲାପାଳଙ୍କୁ ଗତ ୧୯ ସେପ୍ଟେମ୍ବର ୨୪ରେ ଜିଲାପାଳଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳି ପାରିନାହିଁ। ବ୍ଲକର କନିଷ୍ଠ ଯନ୍ତ୍ରୀ ଜୟଶ୍ରୀ ସନ୍ଧ୍ୟାଙ୍କ ନାମରେ ଉକ୍ତ ବସ୍‌ ଷ୍ଟପେଜ ବାବଦକୁ ଗତ ୪.୯.୨୪ ରେ ୪ଲକ୍ଷ ୪୩ହଜାର ୯୬୩ ଟଙ୍କା ବିଲ୍‌ ଭାଉଚର୍‌ କରି ଟଙ୍କା ଉଠାଯାଇଥିବାର ପେମେଣ୍ଟ ଭାଉଚରରେ ଉଲ୍ଲେଖ ରହିଛି। ଆଜକୁ ଏକ ବର୍ଷ ୪ ମାସ ବିତିଗଲାଣି ଶ୍ରମିକ,ମିସ୍ତ୍ରୀ,ଠିକାଦାର ଟଙ୍କା ପାଇ ନାହାନ୍ତି। ନିଜେ କନିଷ୍ଠ ଯନ୍ତ୍ରୀ ଠିଆ ହୋଇ ବସ ଷ୍ଟପେଜ କାମ କରାଇଛନ୍ତି। ଉକ୍ତ ବସ୍‌ ଷ୍ଟପେଜର ସମ୍ପୂର୍ଣ୍ଣ କାମ କରା ନ ଯାଇ ଟଙ୍କା ଉଠା ଯାଇଛି। ବ୍ଲକ ପ୍ରଶାସନ ଓ କନିଷ୍ଠ ଯନ୍ତ୍ରୀଙ୍କ ମିଳିତ ଉଦ୍ୟମରେ ଉକ୍ତ ଟଙ୍କା ଆତ୍ମସାତ କରିଥିବାର ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଜୟଶ୍ରୀ ସନ୍ଧ୍ୟାଙ୍କୁ ପଚାରିବାରୁ ମୁଁ କୌଣସି ଲେବରଙ୍କୁ ଚିହ୍ନି ନାହିଁ, ମୁଁ ସୁପରଭିଜନ କରି ପେମେଣ୍ଟ କରିଛି ବୋଲି ପ୍ରକାଶ କରିଥିଲେ। ଏ ନେଇ କେସିଙ୍ଗା ବିଡିଓ ସିଦ୍ଧେଶ୍ୱର ମେହେରଙ୍କୁ ପଚାରିବାରୁ ମୁଁ ତଦନ୍ତ କରିବି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri