Posted inରାଜ୍ୟ

ମଜୁରି ବିଳମ୍ବ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): କୋଭିଡ୍‌ ମହାମାରୀ ଗତ ମାର୍ଚ୍ଚରୁ ସମସ୍ତଙ୍କ ପାଇଁ ଆହ୍ବାନ ସୃଷ୍ଟି କରିଛି। ବିଶ୍ୱର ଆର୍ଥିକ ଅଭିବୃଦ୍ଧି ନିମ୍ନଗାମୀ ହୋଇଛି। ଏହାଦ୍ୱାରା ଗରିବ ଲୋକ ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଦୁଃସମୟରେ ସେମାନଙ୍କ ପାଇଁ ରୋଜଗାର ସୁନିଶ୍ଚିତ କରିବା ସରକାରଙ୍କ ପ୍ରାଥମିକତା। ରୋଜଗାର ଅଭାବରୁ ଯେପରି ଗୋଟିଏ ଗରିବ ପରିବାର କଷ୍ଟ ନ ପାଏ ସେଥିପ୍ରତି ଧ୍ୟାନ ଦେବାକୁ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ କରାଇ ଦେଇଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ସହିତ ରାଜ୍ୟ ସରକାରଙ୍କ ନିଜସ୍ବ ଯୋଜନା ସହରାଞ୍ଚଳ ରୋଜଗାର ଯୋଜନା ଜରିଆରେ ଗରିବ ଲୋକଙ୍କୁ ବ୍ୟାପକ ନିଯୁକ୍ତି ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି।
ଉକ୍ତ ଦୁଇ କାର୍ଯ୍ୟକ୍ରମ ଜରିଆରେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଦୁଇ ଯୋଜନା ଜରିଆରେ ଜୀବିକା ଅର୍ଜନ କରୁଥିବା ଗରିବ ଲୋକମାନଙ୍କ ମଜୁରୀ ପାଇବାରେ ବିଳମ୍ବ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ସତର୍କ କରାଇ ଦେଇଛନ୍ତି। ହିତାଧିକାରୀମାନେ ଯେପରି ସେମାନଙ୍କ ମଜୁରୀ ଠିକ୍‌ ସମୟରେ ପାଇପାରିବେ ତାହା ଉପରେ ଗୁରତ୍ୱ ଦେବା ସହିତ ମୋ ସରକାର ପ୍ଲାଟଫର୍ମ ଜରିଆରେ ହିତାଧିକାରୀମାନଙ୍କୁ ନିୟମିତ ଫୋନ କରି ମଜୁରୀ ବିଷୟ ତଦାରଖ କରିବାକୁ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ସବୁ ଜିଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା କାର୍ଯ୍ୟକାରୀତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ୨୦୨୧ ଜାନୁୟାରୀ ପହିଲାରୁ ପ୍ରତି ଜିଲାରେ ରୋଜଗାର ଯୋଜନା ସମ୍ପର୍କରେ ଫିଡ୍‌ବ୍ୟାକ୍‌ ପାଇଁ ସ୍ବତନ୍ତ୍ର ଭାବେ ମୋ ସରକାର ସେଲ୍‌ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଲକ୍ଷ୍ୟ ପୂରଣ ଦିଗରେ ଯାଜପୁର, କୋରାପୁଟ, ସୋନପୁର ଜିଲା ବହୁତ ଭଲ କରିଥିବାରୁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲାର ଜିଲାପାଳମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଯେଉଁ ଜିଲାଗୁଡିକରେ ଲୋକମାନେ ଅନ୍ୟ ରାଜ୍ୟକୁ କାମ ପାଇଁ ଯାଉଛନ୍ତି ସେହି ସବୁ ଜିଲା ଉପରେ ସ୍ବତନ୍ତ୍ର ଫୋକସ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହିସବୁ ଜିଲାରେ ପରିବାର ପିଛା ଅଧିକ ୧୦୦ ଦିନ ଓ ଅତିରିକ୍ତ ମଜୁରି ଦିଆଯିବା ବିଷୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ।

 

ମାର୍ଚ୍ଚ ପୂର୍ବରୁ ୧ ହଜାର ମିଶନ ଶକ୍ତି ଗୃହ ନିର୍ମାଣ

ଆଗାମୀ ମାର୍ଚ୍ଚ ପୂର୍ବରୁ ୧ ହଜାର ମିଶନ ଶକ୍ତି ଗୃହ ଏବଂ ଜାନୁୟାରୀ ସୁଦ୍ଧା ଗୋଟିଏ ଲେଖାଏ ପରିଚୟ ଗୃହର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଜିଲାରେ ଅଧିକ ମା’ ଓ ମିଶନ ଶକ୍ତି ଗୋଷ୍ଠୀଙ୍କୁ ରୋଜଗାର ଯୋଜନା ତଦାରଖରେ ନିୟୋଜିତ କରାଯିବ, ସେହି ଜିଲାଗୁଡିକୁ ଉତ୍ସାହିତ କରାଯିବ। ସେହିପରି ସହରାଞ୍ଚଳ ରୋଜଗାର ଯୋଜନାରେ ଗରିବ ଲୋକମାନଙ୍କୁ ଗୋଷ୍ଠୀ ସଂଘ ଓ ମିଶନ ଶକ୍ତି ଜରିଆରେ କାମ ଦିଆଯାଉଛି। ଏ ଦିଗରେ ଢେଙ୍କାନାଳ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲା ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସେହିସବୁ ଜିଲାର ଜିଲାପାଳଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଯୋଜନାରେ ଦିଆଯାଇଥିବା ଅର୍ଥକୁ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

 

ଚଳିତବର୍ଷ ଦିଆଯାଇଛି ୭.୨୭ ଲକ୍ଷ ଜବ୍‌କାର୍ଡ

ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ କହିଥିଲେ, ରାଜ୍ୟରେ ୨୦ କୋଟି ମାନବ ଦିବସ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପ୍ରଶାସନ ଗୁରତ୍ୱ ଦେଇ କାର୍ଯ୍ୟ କରୁଛି। ଗ୍ରାମାଞ୍ଚଳରେ ୫୦ ଲକ୍ଷ ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ଶ୍ରମିକଙ୍କ ପାଇଁ ଅଧିକ ଜୀବନ ଜୀବିକା ସୃଷ୍ଟି କରିବା କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ସମ୍ପର୍କରେ ସୂଚନା ଦେଇ ପଞ୍ଚାୟତିରାଜ ବିଭାଗ ସଚିବ ଦେଓ ରଞ୍ଜନ କୁମାର ସିଂହ କହିଥିଲେ, ଏହି କାର୍ଯ୍ୟକ୍ରମରେ ଗତବର୍ଷ ମାତ୍ର ୨.୯୬ ଲକ୍ଷ ଜବ୍‌କାର୍ଡ ଦିଆଯାଇଥିବା ବେଳେ ଚଳିତ ବର୍ଷ ୭.୨୭ ଲକ୍ଷ ଜବ୍‌କାର୍ଡ ଦିଆଯାଇଛି। ଏବେ ସୁଦ୍ଧା ୧୪.୫୦ କୋଟି ମାନବ ଦିବସ ସୃଷ୍ଟି କରାଯାଇ ସାରିଛି। ୩୧ ଲକ୍ଷ ପରିବାର ଓ ୫୧ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯାଇଛି। ଚଳିତ ବର୍ଷ ଦୈନିକ ହରାହାରି ୧୦.୨୩ ଲକ୍ଷ ଲୋକଙ୍କୁ ଶ୍ରମଭିତ୍ତିକ ରୋଜଗାର ଯୋଗାଇ ଦିଆଯାଇଛି ବୋଲି ଦେଓରଞ୍ଜନ ସୂଚନା ଦେଇଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ କହିଥିଲେ, ୧୧୪ ପୌରାଞ୍ଚଳରେ ୮ ହଜାର ପ୍ରକଳ୍ପ ହାତକୁ ନିଆଯାଇଛି। ସେଥିରୁ ୫ ହଜାର ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୧.୬ ଲକ୍ଷ ମାନବ ଦିବସ ସୃଷ୍ଟି ହୋଇଛି। ଏଥିସହିତ ମହାନଗର ନିଗମ ଗୁଡିକରେ ୩.୩ ଲକ୍ଷ ମାନବ ଦିବସ ସୃଷ୍ଟି କରାଯାଇ ପାରିଛି ବୋଲି ସେ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ ମିଶନ ଶକ୍ତିର ମା’ ମାନଙ୍କୁ ତଦାରଖ କାର୍ଯ୍ୟରେ ସକ୍ରିୟ ଭାବେ ନିୟୋଜିତ କରାଯିବା ସହିତ ସେମାନଙ୍କ ତଦାରଖ ପ୍ରାପ୍ୟ ତୁରନ୍ତ ଦେବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?