ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି

ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର ଶୁଭାରମ୍ଭ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରି ଏପରି କହିଛନ୍ତି। ଭାରତରେ ସର୍ବବୃହତ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କରୋନା ଲଢ଼େଇର ଶେଷ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ଦେଶରେ ୩ କୋଟି ଟିକାଦାନ କରାଯିବ। ପ୍ରଥମେ କରୋନା ଯୋଦ୍ଧା ଏହାପରେ ଅନ୍ୟ ମାନଙ୍କୁ ଟିକା ଦାନ କରାଯିବ ବୋଲି ମୋଦି କହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାଦାନ କରାଯିବା ଲାଗି ଯୋଜନା କରାଯାଇଥିବା ସେ କହିଛନ୍ତି। ଟିକା ପ୍ରସ୍ତୁତିରେ ଦେଶର ବୈଜ୍ଞାନିକମାନେ କଠିନ ପରିଶ୍ରମ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରକବି ରାମଧାରୀ ସିଂ ଦିନକର କହିଥିଲେ ମାନବ ଯେତେବେଳେ ଉଦ୍ୟମ କରେ ସେତେବେଳେ ପଥର ମଧ୍ୟ ପାଣି ହୋଇଯାଏ। ଏହା ସହିତ ସେ ଦେଶବାସୀଙ୍କୁ ଅପିଲ୍‌ କରିଛନ୍ତି ଯେ, କରୋନା ଟିକାର ଦୁଇଟି ଡୋଜ୍‌ ଲଗାଇବା ଜରୁରୀ। ଗୋଟିଏ ଡୋଜ୍‌ ନେଇ ଅନ୍ୟଟି ନେବାକୁ ଭୁଲନ୍ତୁ ନାହିଁ। ଏଭଳି ଭୁଲ୍‌ କେବେ ମଧ୍ୟ କରନ୍ତୁ ନାହିଁ। ଦ୍ୱିତୀୟ ଡୋଜ୍‌ ଲଗାଯିବା ୨ ସପ୍ତାହ ପରେ ଶରୀରରେ ପ୍ରତିରୋଧକ ବ୍ୟବସ୍ଥା ସୃଷ୍ଟି ହେବ ବୋଲି ସେ କହିଛନ୍ତି। ତାଳି, ଥାଳି ଏବଂ ଦ୍ୱୀପ ଜଳାଇବା ଅଭିଯାନ ମାଧ୍ୟମରେ ଦେଶବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟିର ଉଦ୍ୟମ ହୋଇଥିଲା। ଶେଷରେ ତାହାର ସୁଫଳ ମିଳିପାରିଛି ବୋଲି ମୋଦି କହିଛନ୍ତି। ଏହି ଅବସରରେ ସେ କୋ-ଓ୍ବିନ୍‌ ଆପ୍‌ର ଲୋକାର୍ପଣ ମଧ୍ୟ କରଛନ୍ତି। କୋ-ଓ୍ବିନ୍‌ ଆପ୍‌ ମାଧ୍ୟମରେ ଟିକାକରଣ ପାଇଁ ପଞ୍ଜିକରଣ କରାଯିବ। ଏହି ଆପ୍‌ ସହାୟତାରେ ଆବେଦନକାରୀଙ୍କୁ ଟିକା ନେବା ତାରିଖ, ସ୍ଥାନ ଏବଂ ଅନ୍ୟାନ୍ୟ ସୂଚନା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?