Posted inଜାତୀୟ

ଅପେକ୍ଷା କରନ୍ତୁ,ଭାରତରେ ମିଶିଯିବ ପିଓକେ: କେନ୍ଦ୍ର ମନ୍ତ୍ରୀ ଭି.କେ ସିଂ

ନୂଆଦିଲ୍ଲୀ,୧୨।୯: ଭାରତ ସହିତ ପିଓକେ(ପାକିସ୍ତାନ ଅଧିକୃତ କଶ୍ମୀର) ମିଶ୍ରଣ କରିବାକୁ ଲୋକଙ୍କ ଦାବି ଉପରେ କେନ୍ଦ୍ର ମନ୍ତ୍ରୀ ଭି.କେ ସିଂ ପ୍ରତିକ୍ରିୟା ଦେଇଛନ୍ତି। ସେ ଲୋକଙ୍କୁ ଅପେକ୍ଷା କରିବାକୁ କହିବା ସହ ପିଓକେ ଆପେ ଆପେ ଭାରତରେ ମିଶିଯିବ ବୋଲି କହିଛନ୍ତି। ରାଜସ୍ଥାନର ଡାଉସରେ ଭାଜପାର ପରବର୍ତ୍ତନ ସଂକଳ୍ପ ଯାତ୍ରାରେ ସେ ଏକଥା କହିଛନ୍ତି।
ଭାରତକୁ ରାସ୍ତା ଖୋଲିବା ପାଇଁ ପିଓକେ ଶିଆ ମୁସଲମାନମାନଙ୍କ ଦାବି ବିଷୟରେ ପଚରାଯିବାରୁ ଭି.କେ ସିଂ କହିଛନ୍ତି, ପିଓକେ ଆପେ ଆପେ ଭାରତରେ ମିଶିଯିବ। ଏଥିପାଇଁ କିଛିଦିନ ଅପେକ୍ଷା କରିବାକୁ ପଡ଼ିବ।
ସୂଚନାଯୋଗ୍ୟ, ଗୋଆରେ ଅନୁଷ୍ଠିତ ଏସସିଓ ସମ୍ମିଳନୀରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର କହିଥିଲେ, ଜମ୍ମୁ-କଶ୍ମୀରର ଯେଉଁ ଅଞ୍ଚଳକୁ ପାକିସ୍ତାନ ବେଆଇନ ଭାବେ ଦଖଲ କରିଛି ସେଠାରୁ ସେ ତୁରନ୍ତ ହଟିଯିବା ଉଚିତ୍‌। ଜୟଶଙ୍କରଙ୍କ ପିଓକେ ଛାଡ ବୟାନ ପରେ ପଡୋଶୀ ଚାଇନା ଓ ପାକିସ୍ତାନ ଚିନ୍ତାରେ ପଡିଯାଇଥିଲେ। ଭାରତ ଜମ୍ମୁ-କଶ୍ମୀରରେ ଏକତରଫା କାର୍ଯ୍ୟାନୁଷ୍ଠାନ ବନ୍ଦ କରୁ ଏବଂ ଏହି ବିବାଦର ସମାଧାନ ଜାତିସଂଘ ପ୍ରସ୍ତାବ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବେ କରାଯାଉ ବୋଲି ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri