Posted inଜାତୀୟ

୧୭ଦିନ ଧରି ଟନେଲରେ ଫଶିଥିବା ପୁଅର କରୁଥିଲେ ଅପେକ୍ଷା, ଉଦ୍ଧାର ହେବା ପରେ ଆର ପାରିକୁ ଚାଲିଗଲେ ବାପା

ନୂଆଦିଲ୍ଲୀ,୨୯।୧୧: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ବୁଧବାର ହସ୍ପିଟାଲରେ ଭର୍ତ୍ତି ଶ୍ରମିକଙ୍କ ସହ ସାକ୍ଷାତ କରି ସେମାନଙ୍କ ହାଲଚାଲ ପଚାରି ବୁଝିଛନ୍ତି। ଏଥିସହ ପ୍ରତିଟି ଶ୍ରମିକଙ୍କୁ ଏକଲକ୍ଷ ଟଙ୍କା ପୁରଷ୍କାର ରାଶି ଘୋଷଣା କରିଛନ୍ତି। ୪୧ଶ୍ରମିକଙ୍କୁ ଅନ୍ଧାରୀ ଟନେଲରୁ ବାହାରକୁ କାଢିବା ପରେ ସମଗ୍ର ଦେଶବାସୀ ଶାନ୍ତିରେ ନିଶ୍ୱାସ ଛାଡିଛନ୍ତି। ଅନ୍ୟପଟେ ସେହି ୪୧ ଶ୍ରମିକଙ୍କ ଭିତରୁ ଜଣଙ୍କର ବାପା ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସୁଡଙ୍ଗରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ଝାଡଖଣ୍ଡବାସୀ ଶ୍ରମିକଙ୍କ ବାପା ନିଜ ପୁଅଙ୍କୁ ଦେଖିବା ପୂର୍ବରୁ ଆଖି ବୁଜିଛନ୍ତି। ୭୦ବର୍ଷିୟ ବାସେତ ମୁର୍ମୁ ୧୭ଦିନ ପୁଅର ଆସିବା ବାଟକୁ ଅପେକ୍ଷା କରି ରହିଥିଲେ। ଦିନକୁ ଦିନ ଚିନ୍ତାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଥିଲା। କିନ୍ତୁ ପୁଅ ଟନେଲରୁ ଉଦ୍ଧାର ହୋଇ ଆସିବା ପରେ ଥରୁଟେ ହେଲେ ନିଜ ସ୍ବ ଚକ୍ଷୁରେ ତାଙ୍କୁ ଦେଖିପାରି ନ ଥିଲେ। ଝାଡଖଣ୍ଡର ପୂର୍ବ ସିଂହଭୂମ ଜିଲାର ବହଦା ଗ୍ରାମର ନିବାସୀ ବାସେତ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri