‘ନୂଆ ସୂର୍ଯ୍ୟୋଦୟକୁ ଅପେକ୍ଷା’

ମୁମ୍ବାଇ: କପୁର ପରିବାରରେ ଖୁବ୍‌ଶୀଘ୍ର କୁଆଁକୁଆଁ ଡାକ ଶୁଭିବ। ପ୍ରତୀକ୍ଷାରେ ଅଛନ୍ତି ଏହି ପରିବାର। ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ମା’ ହେବାକୁ ଯାଉଛନ୍ତି। ଏହି ଅଭିନେତ୍ରୀ ମୁମ୍ବାଇର ଏଚ୍‌ଏନ୍‌ ରିଲାଏନ୍ସ ହସ୍ପିଟାଲରେ ପହଞ୍ଚିଛନ୍ତି। ଆଲିଆ ରବିବାର ତାଙ୍କ ସ୍ବାମୀ ତଥା ଅଭିନେତା ରଣବୀର କପୁରଙ୍କ ସହ ଡାକ୍ତରଖାନାରେ ପହଞ୍ଚିଛନ୍ତି। ସେବେଠାରୁ ପ୍ରଶଂସକମାନେ କପୁର ପରିବାରର ନୂତନ ସଦସ୍ୟଙ୍କୁ ସ୍ବାଗତ କରିବାକୁ ଆଗ୍ରହର ସହିତ ଅପେକ୍ଷା କରିଛନ୍ତି। ଏଥି ସହିତ କପୁର ପରିବାର ଏବଂ ଭଟ୍ଟ ପରିବାରରେ ନୂତନ ଅତିଥିଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଆଲିଆଙ୍କ ପିତା ତଥା ଫିଲ୍ମ ନିର୍ଦ୍ଦେଶକ ମହେଶ ଭଟ୍ଟ ମଧ୍ୟ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି।
ସେ ଗଣମାଧ୍ୟମ ଆଗରେ କହିଛନ୍ତି, ‘ଏକ ନୂଆ ସୂର୍ଯ୍ୟୋଦୟକୁ ଅପେକ୍ଷା କରିଛି’। ଜୀବନର ଏକ ସତେଜ କାକର ବୁନ୍ଦା। ଚଳିତ ବର୍ଷ ଜୁନ୍‌ରେ ଆଲିଆ ତାଙ୍କ ଗର୍ଭଧାରଣ ସମ୍ପର୍କରେ ସୂଚନା ଦେଇଥିଲେ। ସେ ଇନଷ୍ଟାଗ୍ରାମରେ ଏକ ଫଟୋ ଶୟାର କରିଛନ୍ତି। ତା’ପରେ ମହେଶ କହିଥିଲେ, ‘ଓ୍ବାଓ, ମୋ’ ପିଲାଟିଏ ଜନ୍ମ ହେବାକୁ ଯାଉଛି। ରଣବୀର ଏବଂ ଆଲିଆଙ୍କ ପାଇଁ ମୁଁ ଅତ୍ୟନ୍ତ ଖୁସି।

ଆଲିଆ ଏବଂ ରଣବୀର ଚଳିତ ବର୍ଷ ଏପ୍ରିଲ ୧୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ନିଜ ବିବାହକୁ ଅତ୍ୟନ୍ତ ବ୍ୟକ୍ତିଗତ ରଖିଥିଲେ। ଯେଉଁଥିରେ କେବଳ କିଛି ଘନିଷ୍ଠ ବ୍ୟକ୍ତି ଏବଂ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ବିବାହର କମ୍‌ଦିନରେ ଆଲିଆ ଗର୍ଭବତୀ ଥିବା ଘୋଷଣା କରିଥିଲେ। ପ୍ରଥମେ ଏହି ଖବର ଦ୍ୱାରା ଲୋକମାନେ ଆଶ୍ଚର୍ଯ୍ୟ ହୋଇଥିଲେ, କିନ୍ତୁ ପରେ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ଆଲିଆ ଏବଂ ରଣବୀରଙ୍କୁ ଅଭିନନ୍ଦନର ସୁଅ ଛୁଟିଥିଲା। ଗର୍ଭଧାରଣ ଘୋଷଣା ହେବାର କିଛି ସମୟ ପରେ ଆଲିଆ ତାଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ପ୍ରମୋଶନରେ ବ୍ୟସ୍ତ ଥିଲେ। ଏହି ସମୟରେ ସମସ୍ତେ ଅଭିନେତ୍ରୀଙ୍କ ମୁହଁରେ ଦେଖାଯାଇଥିବା ଗର୍ଭଧାରଣର ଉଜ୍ଜ୍ୱଳତାକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri