ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ। ଏହି ବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ଜୁଲାଇରେ ଏକ ସ୍ବତନ୍ତ୍ର ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଥିଲା। ବନ୍ଦର ନିର୍ମାଣର ପ୍ରଥମ ପର୍ଯ୍ୟାୟରେ ୨୧୧୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା। ସେହିପରି ବାର୍ଷିକ ୧୮.୪୩ ନିୟୁତ ଟନ୍‌ ପଣ୍ୟ କାରବାର ହେବ ବୋଲି ପ୍ରସ୍ତାବ ରହିଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ୨ବର୍ଷ ପୂରିବାକୁ ଯାଉଥିଲେ ମଧ୍ୟ ପ୍ରକଳ୍ପ ନିର୍ମାଣକୁ ନେଇ କୌଣସି ତପତ୍ରତା ପ୍ରକାଶ ପାଉନାହିଁ। ଅପରପକ୍ଷେ ବନ୍ଦର ନିର୍ମାଣକୁ ନେଇ ପରିବେଶବିତ୍‌ ଭିତରକନିକାର ଜୈବ ବିବିଧତା ନଷ୍ଟ ହେବ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। କିନ୍ତୁ ବୁଦ୍ଧିଜୀବୀମାନେ ଜିଲାର ଅର୍ଥନୈତିକ ବିକାଶ ପାଇଁ ଏହା ଜରୁରୀ ବୋଲି ମତ ରଖିଛନ୍ତି।
ଜିଲା ମତ୍ସ୍ୟଜୀବୀ ସଂଘର ଅର୍ଜୁନ ମଣ୍ଡଳ କହିଛନ୍ତି, ଆଖଡାଶାଳିଠାରେ ନଦୀଭିତ୍ତିକ ବନ୍ଦର ୩୦ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀଙ୍କ ଜୀବିକା ନଷ୍ଟ କରିବ। ମହାନଦୀ ଓ ଏହାର ଶାଖା ନାଳରେ ପ୍ରଚୁର ମାତ୍ରାରେ ଲୁଣି ଓ ମଧୁର ମାଛ ମିଳିଥାଏ ା ବନ୍ଦର ପ୍ରତିଷ୍ଠା ଫଳରେ ମାଛ ପରିମାଣ କମିବ ଓ ଏଥିଯୋଗୁ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଆର୍ଥିକ ସଙ୍କଟରେ ପଡିବେ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହନ୍ତି, ବନ୍ଦର ନିର୍ମାଣ ହେଲେ ଭିତରକନିକାର ଜୈବ ବିବିଧତା ଉପରେ ପ୍ରଭାବ ପକାଇବ। ପ୍ରସ୍ତାବିତ ବନ୍ଦର ଓ ବିଶ୍ୱ ପ୍ରସିଦ୍ଧ ଅଲିଭ ରିଡ୍‌ଲେଙ୍କ ପ୍ରଜନନ ସ୍ଥଳ ଗହୀରମଥାର ଦୂରତ୍ୱ ବହୁତ କମ। ଜାହାଜ ଚଳାଚଳ ଫଳରେ ଏହି ପ୍ରାକୃତିକ ପ୍ରଜନନ ସ୍ଥଳରେ ବିରଳ ଅଲିଭ ରିଡ୍‌ଲେଙ୍କୁ ଆଉ ଦେଖିବାକୁ ମିଳିବ ନାହିଁ। ଏହାବ୍ୟତୀତ ସାମୁଦ୍ରିକ ପ୍ରାଚୀର ଭାବେ ପରିଚିତ ହେନ୍ତାଳ ବଣ ନଷ୍ଟ ହେବ। ରାଜ୍ୟ ବନ୍ୟପ୍ରାଣୀ ସଂଗଠନର ସମ୍ପାଦକ ବିଶ୍ୱଜିତ ମହାନ୍ତି କହିଛନ୍ତି, ୫ବର୍ଷ ପୂର୍ବେ କେନ୍ଦ୍ର ସରକାରଙ୍କ ପରିବେଶ ଓ ବନ୍ୟ ସମ୍ପଦ ବିଭାଗ ଜାତୀୟ ଉଦ୍ୟାନ ଭିତରକନିକା ଓ ଗହୀରମଥା ଅଞ୍ଚଳରେ ଥିବା ୧୯୨ଟି ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଜୋନ ବୋଲି ଘୋଷଣା କରିଛି ା ଆଖଡାଶାଳିଠାରେ ବନ୍ଦର ନିର୍ମାଣ ଫଳରେ ଏହି ଅଞ୍ଚଳର ସାମୁଦ୍ରିକ ଓ ବନ୍ୟପ୍ରାଣୀ ପ୍ରତି ବିପଦ ସୃଷ୍ଟି କରିବ। ମହାକାଳପଡା ଯୁଥ୍‌ କ୍ଲବର ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହନ୍ତି, ଆଖଡାଶାଳି ବନ୍ଦର ନିର୍ମାଣ ଫଳରେ ଜିଲାର ଆର୍ଥିକ ବିକାଶ ହୋଇଥାନ୍ତା। ତେବେ ରାଜ୍ୟ ସରକାରଙ୍କ ଏହି ଘୋଷଣା ଏକ ନିର୍ବାଚନୀ ଚାଲ୍‌ ଥିଲା। ନିର୍ବାଚନ ସମୟ ଆସିଲେ ଜିଲାବାସୀଙ୍କୁ ବନ୍ଦର ଓ ଶିଳ୍ପର ସ୍ବପ୍ନ ଦେଖାଯାଇଥାଏ। ୨୦୦୯ରେ ବରୁଣେଇ ବନ୍ଦର ଓ ୨୦୧୪ରେ ରାଜଗଡରେ ଥର୍ମାଲ ପ୍ଲାଣ୍ଟ ନିର୍ମାଣ ପାଇଁ ଘୋଷଣା ହୋଇଥିଲା। ଆଖଡାଶାଳିରେ ବନ୍ଦର ନିର୍ମାଣକୁ ନେଇ ସେ ସନ୍ଦେହ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଅମରବର ବିଶ୍ୱାଳ, ଆଶିଷ କୁମାର ସେନାପତି ପ୍ରମୁଖ କହିଛନ୍ତି, ଦୁଇଟି ପର୍ଯ୍ୟାୟରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ବନ୍ଦର ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଅନୂ୍ୟନ ୧୫ ହଜାର ଲୋକଙ୍କୁ କାମ ମିଳିବ। ବନ୍ଦର ନିକଟରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସୃଷ୍ଟି ହେବା ସମ୍ଭାବନା ଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri