Posted inଜାତୀୟ

ଅଖିଳେଶଙ୍କଠାରୁ ଛାଡପତ୍ର ଚାହୁଁଛନ୍ତି ରାଜଭର

ଲକ୍ଷ୍ନୌ,୨୦।୭: ସୁହେଲଦେବ ଭାରତ ସମାଜ ପାର୍ଟି ସଭାପତି ଓମପ୍ରକାଶ ରାଜଭର ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବଙ୍କୁ କ୍ରମାଗତ ଭାବେ ଟାର୍ଗେଟ କରିଆସୁଛନ୍ତି। ବୁଧବାର ସେ ଅଖିଳେଶଙ୍କୁ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଘଟିଥିବା ଘଟଣାଗୁଡ଼ିକ ଉପରେ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ। ଏଥି ସହିତ, ଯଦି ସେ ଅଖିଳେଶ ଯାଦବଙ୍କଠାରୁ ଛାଡପତ୍ର ପାଆନ୍ତି, ତେବେ ସେ ୨୦୨୪ ବିଷୟରେ ଚିନ୍ତା କରିବେ ବୋଲି କହିଛନ୍ତି।
ଓମପ୍ରକାଶ ରାଜଭର କହିଛନ୍ତି, ଅଖିଳେଶ ବନ୍ଦ ଏସି ରୁମରେ ବସି ରାଜନୀତି କରୁଛନ୍ତି। ଦିନେ କଂଗ୍ରେସ ଦଳ ମଧ୍ୟ ଏମିତି ରାଜନୀତି କରୁଥିଲା। ଆଜି କଂଗ୍ରେସର ଭାଗ୍ୟ ଦେଖନ୍ତୁ। ଖାଲି ଏସିରେ ବସି ଟୁଇଟ୍‌ କଲେ ଲୋକ ଭୋଟ ଦେବେ ନାହିଁ।
ଆଗାମୀ ଯୋଜନା ବିଷୟରେ ପଚରାଯାଇଥିବା ପ୍ରଶ୍ନ ଉପରେ ଓମପ୍ରକାଶ ରାଜଭର କହିଛନ୍ତି, ସେ ନିଜେ ଅଖିଳେଶଙ୍କଠାରୁ ଛାଡପତ୍ର ନେଇ ପାରିବେ ନାହିଁ। ଯଦି ଅଖିଳେଶ ପ୍ରଥମେ ତାଙ୍କୁ ଛାଡିବେ, ତେବେ ସେ ୨୦୨୪ ବିଷୟରେ ଚିନ୍ତା କରିବେ।

ସୂଚନାଯୋଗ୍ୟ, ସମାଜବାଦୀ ପାର୍ଟି(ଏସପି)ର ସହଯୋଗୀ ଥିବା ରାଜଭର ୟୁପି ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏସପି ସଭାପତିଙ୍କୁ ସର୍ବସାଧାରଣରେ ଟାର୍ଗେଟ କରିବା ଆରମ୍ଭ କରିଥିଲେ। ଏହାକୁ ନେଇ ଉଭୟ ନେତାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ନିକଟରେ ଅନୁଷ୍ଠିତ ବିଧାନ ପରିଷଦ ନିର୍ବାଚନକୁ ନେଇ ଉଭୟଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିଲା। ରାଜଭର ତାଙ୍କ ପୁଅ ଅରବିନ୍ଦ ରାଜଭରଙ୍କୁ ବିଧାନ ପରିଷଦକୁ ପଠାଇବାକୁ ଚାହୁଁଥିଲେ, କିନ୍ତୁ ଅଖିଳେଶ ତାଙ୍କ ସ୍ଥାନରେ ଆରଏଲଡି ସଭାପତି ଜୟନ୍ତ ଚୌଧୁରୀଙ୍କୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri