ସହାୟତା ନେବାକୁ କରିଥିଲେ ଅପେକ୍ଷା: ଏୟାରଷ୍ଟ୍ରାଇକ୍‌ରେ ଚାଲିଗଲା ୧୦୪ ଜୀବନ

ରାଫାହ,୨୯।୨: ଗାଜା ସିଟିରେ ମାନବୀୟ ସହାୟତା ନେବା ପାଇଁ ଧାଡ଼ିରେ ଅପେକ୍ଷା କରିଥିବା ପାଲେଷ୍ଟିନୀୟମାନଙ୍କ ଉପରେ ଇସ୍ରାଏଲ୍‌ ଏୟାରଷ୍ଟ୍ରାଇକ୍‌ କରିବାରୁ ୧୦୪ ଜଣଙ୍କ ମୃତ୍ୟୁ ଘଟିବା ସହ ୭୦୦ ଆହତ ହୋଇଛନ୍ତି। ଏତେ ସଂଖ୍ୟାରେ ମୃତାହତଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ଦେଖାଦେଇଛି। ଫଳରେ କେତେଜଣଙ୍କୁ ଗଧଟଣା ଗାଡ଼ିରେ ହସ୍ପିଟାଲ ନିଆଯାଇଛି।

ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୩୦ ହଜାର ଟପିଥିବା ବେଳେ ଆହତଙ୍କ ସଂଖ୍ୟା ୭୦,୪୫୭ ରହିଥିବା ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମୃତକଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ହେଉଛନ୍ତି ମହିଳା ଏବଂ ଛୋଟ ପିଲା।

ଗତ ଅକ୍ଟୋବର ୭ରୁ ଇସ୍ରାଏଲ୍‌ ଗାଜା ଉପରେ ଆକ୍ରମଣ ଜାରି ରଖିଛି। ଗାଜା ସିଟି ଏବଂ ଉତ୍ତର ଗାଜାର ଅବଶିଷ୍ଟ ଅଞ୍ଚଳ ଇସ୍ରାଏଲ୍‌ର ପ୍ରଥମ ଟାର୍ଗେଟ ଥିଲା। ଉକ୍ତ ଅଞ୍ଚଳ ଧ୍ୱଂସ ସ୍ତୂପରେ ପରିଣତ ହୋଇଥିବା ବେଳେ ଏହା ଅନ୍ୟ ଅଞ୍ଚଳଠାରୁ ବିଚ୍ଛିନ୍ନ ହୋଇଯାଇଥିବାରୁ କ୍ୱଚିତ୍‌ ସହାୟତା ପହଞ୍ଚୁଛି। ସହାୟତା ପାଇବା ପାଇଁ ଲୋକେ ବିକଳ ହେଉଥିବା ବେଳେ ସେମାନଙ୍କ ପାଖରେ ରିଲିଫ ସାମଗ୍ରୀ ପହଞ୍ଚାଇବା କଷ୍ଟକର ହୋଇପଡ଼ିଛି ବୋଲି ବିଭିନ୍ନ ସଂଗଠନ ପକ୍ଷରୁ କୁହାଯାଇଛି। ଗାଜାର ୨୩ ଲକ୍ଷ ଜନସଂଖ୍ୟା ମଧ୍ୟରୁ ଏକ-ଚତୁର୍ଥାଂଶ କ୍ଷୁଧାରେ ରହିଥିବା ଜାତିସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri