ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା

ପୁରୀ,୭ା୬(ଅଜିତ୍‌ କୁମାର ମହାନ୍ତି):ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ଭକ୍ତଙ୍କ ମନରେ ଆଶା ସଞ୍ଚାର ହୋଇଛି। ଏ ନେଇ ପୁରୀ ବାସିନ୍ଦା ଶ୍ରୀକାନ୍ତ ଦାସ କହିଛନ୍ତି, ସେ ପୂର୍ବରୁ ପ୍ରତ୍ୟେକ ଦିନ ଆସି ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ। ମାତ୍ର ଗୋଟିଏ ଦ୍ୱାର ଦେଇ ଯିବା ଓ ଅନ୍ୟ ତିନିଦ୍ୱାର ଦେଇ ପ୍ରବେଶ ଉପରେ କଟକଣା ଲାଗୁ ହେବା ପରେ ପ୍ରତ୍ୟେକ ଦିନ ଆସିବା ସମ୍ଭବ ହୋଇପାରୁନାହିଁ। ତେବେ ୪ ଦ୍ୱାର ଖୋଲାଯିବା ନେଇ ଭାଜପାର ପ୍ରତିଶ୍ରୁତି ଯୋଗୁ ମନରେ କିଛି ଆଶା ରହୁଛି। ତେବେ ଭାଜପା ସରକାର ନିଜ କଥା କେତେଦୂର ରକ୍ଷା କରିପାରୁଛନ୍ତି ତାହା ଦେଖିବାକୁ ଅପେକ୍ଷା କରିଛୁ। ଚାରିଦ୍ୱାର ଖୋଲାଗଲେ ଗହଳି କମିଯିବ। ଭକ୍ତମାନେ ଯେଉଁ ଦ୍ୱାର ଦେଇ ଯିବାକୁ ଚାହିଁବେ ଯାଇପାରିବେ। ଘଣ୍ଟା ଘଣ୍ଟା ଧରି ଭକ୍ତଙ୍କୁ ଅପେକ୍ଷା କରିବାକୁ ପଡ଼ିିବ ନାହିଁ। ସେହିପରି କୋଲକାତାରୁ ଆସିଥିବା ଅରୁଣ ଭଟ୍ଟାଚାର୍ଯ୍ୟ କହିଛନ୍ତି, ଦର୍ଶନ କରିବାକୁ ଆସିଥିଲୁ। ମାତ୍ର ଗୋଟିଏ ଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବା ପାଇଁ ଅନୁମତି ଥିବାରୁ ଖରାରେ ଛିଡ଼ାହେବାକୁ ପଡୁଛି। ଚାରିଦ୍ୱାର ଖୋଲାଯିବାର ଆବଶ୍ୟତା ରହିଛି। ଅନ୍ୟପକ୍ଷରେ ଶ୍ରୀଜଗନ୍ନାଥ ଧର୍ମ ସଂସ୍କୃତି ସୁରକ୍ଷା ସଙ୍ଗଠନ ଓଡ଼ିଶାର ରାଜ୍ୟ ସଭାପତି ବଦ୍ରି ମିଶ୍ର ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଏବଂ ଭୂ-ସମ୍ପତ୍ତି ସମସ୍ୟା ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଅନୁରୋଧ କରିଥିବା ସୂଚନା ଦେଇଛନ୍ତି। ନିର୍ବାଚନୀ ରୋଡ୍‌ ଶୋ’ ସମୟରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ମୋଦି ପ୍ରତିଶ୍ରୁତି ଦେଇଥିଲେ। ଏଥର ଓଡ଼ିଶା ସରକାର ଶପଥଗ୍ରହଣ କରିବା ଦିନ ସେ ପୁରୀ ଆସି ଶ୍ରୀଜଗନ୍ନାଥଙ୍କ ପାଖରେ କୃତଜ୍ଞତା ପ୍ରକାଶ କରିବା ସହ ଚାରିଦ୍ୱାର ଖୋଲିଦିଅନ୍ତୁ ବୋଲି ମିଶ୍ର ତାଙ୍କ ଟୁଇଟରେ ଅନୁରୋଧ କରିଛନ୍ତି। ସେହିପରି ହଜାର ହଜାର ସ୍ଥାୟୀ ବାସିନ୍ଦାଙ୍କ ଭୂସମ୍ପତ୍ତି ସମସ୍ୟାର ସମାଧାନ କରାଯାଉ ବୋଲି ମିଶ୍ର ଅନୁରୋଧ ଜଣାଇଛନ୍ତି। ଶ୍ରୀମନ୍ଦିରର କେତେଜଣ ସେବାୟତ କହିଛନ୍ତି, ଚାରିଦ୍ୱାର ବନ୍ଦ କରି ରଖାଯିବା ଫଳରେ ଭକ୍ତମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ସ୍ଥାନୀୟ ଲୋକଙ୍କୁ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ହଇରାଣ ହେବାକୁ ପଡୁଛି। ଚଳିତ ନିର୍ବାଚନରେ ବିଜେଡି ସରକାର ପତନ କ୍ଷେତ୍ରରେ ଏହି ଅସନ୍ତୋଷର ପ୍ରଭାବ ପଡ଼ିଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଗୋଟିଏ ଦ୍ୱାର ଦେଇ ଭକ୍ତଙ୍କୁ ଛଡ଼ାଯିବା ଫଳରେ ସେମାନେ ଅସୁବିଧା ଭୋଗୁଛନ୍ତି। ତେଣୁ ନୂତନ ସରକାର ଚାରିଦ୍ୱାର ଖୋଲିବା ନେଇ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ। ଉଲ୍ଲେଖଯୋଗ୍ୟ, ଧାର୍ମିକ ତଥା ପର୍ଯ୍ୟଟନ ସହର ଭାବେ ପରିଚିତ ପୁରୀକୁ ଦୈନିକ ବହୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଦେଶ ବିଦେଶରୁ ଆସୁଥିବାବେଳେ ଛୁଟିଦିନଗୁଡ଼ିକରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେଉଛି। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଲମ୍ବାଧାଡ଼ିରେ ଘଣ୍ଟା ଘଣ୍ଟା ଧରି ଠିଆ ହେବାକୁ ପଡୁଛି। ବିଶେଷକରି ବୟସ୍କ ବ୍ୟକ୍ତି ଓ ଛୋଟ ପିଲା ହଇରାଣ ହେଉଛନ୍ତି। ଗୋଟିଏ ଦ୍ୱାର ଦେଇ ବହୁସଂଖ୍ୟକ ଭକ୍ତ ଯିବା ଦ୍ୱାରା ମନ୍ଦିରରେ ପ୍ରବଳ ଗହଳି ହେଉଛି। ଏପରିକି ଅନେକ ଭକ୍ତ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇପଡୁଥିବା ଦେଖିବାକୁ ମିଳୁଛି। ସେହିପରି ବେଳେବେଳେ ଭକ୍ତ ବାନ୍ତି କରିଦେଉଥିବାରୁ ଓ ଭିଡ଼ରେ କ୍ଷତାକ୍ତ ହୋଇ ରକ୍ତ ପଡୁଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ହେଉଛି। ଏଥିଯୋଗୁ ନୀତି ବିଳମ୍ବ ହେବା ସହ ଦର୍ଶନରେ ବିଳମ୍ବ ଘଟୁଛି। ଚାରିଦ୍ୱାର ଖୋଲା ହେଉ ନ ଥିବାରୁ ଭକ୍ତମାନେ ହଇରାଣ ହୋଇ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?