ଅନୁକମ୍ପା ରାଶିକୁ ଅପେକ୍ଷା

ଢେଙ୍କାନାଳ,୨୮।୭(ରତନ ନାୟାର): ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ଘଟୁଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ଦେଉଛନ୍ତି ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା। ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ)ଙ୍କ ପକ୍ଷରୁ ଏ ସମ୍ପର୍କିତ ଅର୍ଥରାଶି ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଥାଏ। ବ୍ୟବଚ୍ଛେଦ ରିପୋର୍ଟ, ପୋଲିସ ତଦନ୍ତରୁ ଦୁର୍ଘଟଣା ବୋଲି ସ୍ପଷ୍ଟ ହେବା ପରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଜରିଆରେ ଏହି ଅର୍ଥ ରାଶି ମୃତକଙ୍କ ପରିବାରକୁ ପ୍ରଦାନ କରାଯାଇଥିଲା। ହେଲେ ଢେଙ୍କାନାଳ ଜିଲାରେ ୨ ବର୍ଷ ହେଲା ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ରିପୋର୍ଟ ଦାଖଲରେ ବିଳମ୍ବ କାରଣରୁ ୧୨ ମୃତକଙ୍କ ପରିବାର ଏହି ଅନୁକମ୍ପାମୂଳକ ସହାୟତା ରାଶି ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି।
ଢେଙ୍କାନାଳ ଜିଲା ଦେଇ ଯାଇଥିବା ଦୁଇ ଜାତୀୟ ରାଜପଥ ୫୩ ଏବଂ ୫୫ରେ ଦୁର୍ଘଟଣା ଜୀବନ ନେଉଛି। ୨୦୨୩ ବର୍ଷରେ ଅଦ୍ୟାବଧି ଏହି କାରଣରୁ ୧୦୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନୁରୂପ ଭାବେ ବ୍ୟସ୍ତବହୁଳ ପୂର୍ତ୍ତ ବିଭାଗ ରାସ୍ତା ମଧ୍ୟ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ତେବେ ଅଜଣା ଗାଡ଼ି ଧକ୍କାରେ ଯଦି କାହାର ଆକସ୍ମିକ ମୃତ୍ୟୁ ଘଟେ ତା’ହେଲେ ଏଥିରେ ସିଧାସଳଖ ପ୍ରଭାବିତ ହୁଅନ୍ତି ସମ୍ପୃକ୍ତ ମୃତକଙ୍କ ପରିବାର। ଯଦି ବ୍ୟକ୍ତିଜଣକ ଘରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବେ, ତେବେ ଆର୍ଥିକ ଅବସ୍ଥା ଦୋହଲିଯିବା ସ୍ବାଭାବିକ। ତେଣୁ ଏଭଳି ଦୁଃଖଦ ପରିସ୍ଥିତିର ମୁକାବିଲା କରିବା ଲାଗି ରାଜ୍ୟ ସରକାର ଅଜଣା ଗାଡ଼ି ଧକ୍କାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ବ୍ୟବସ୍ଥା କରିଛନ୍ତି। ହେଲେ ଏଥିରେ ପୋଲିସ ତଦନ୍ତ ରିପୋର୍ଟ ଏବଂ ବ୍ୟବଚ୍ଛେଦ ରିପୋର୍ଟ ଅଡୁଆ ସୃଷ୍ଟି କରୁଛି। କାରଣ ଦୁର୍ଘଟଣାରେ ମୃତ୍ୟୁ ଘଟିଲେ ଜିଲାର ବିଭିନ୍ନ ବ୍ୟବଚ୍ଛେଦ କେନ୍ଦ୍ରରେ ମୃତଦେହର ପୋଷ୍ଟମର୍ଟମ କରାଯାଇଥାଏ। ସଙ୍କଟାପନ୍ନ ଅବସ୍ଥାରେ ଆହତଙ୍କୁ ଅନେକ ସମୟରେ କଟକ କିମ୍ବା ଭୁବନେଶ୍ୱର ମଧ୍ୟ ସ୍ଥାନାନ୍ତର କରିବାକୁ ପଡୁଛି। ଅନେକ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ସେମାନଙ୍କ ମୃତ୍ୟୁ ମଧ୍ୟ ଘଟୁଛି। ଫଳରେ ଉକ୍ତ ଅଞ୍ଚଳର ଥାନା ଏବଂ ମେଡିକାଲରୁ ରିପୋର୍ଟ ମିଳିବାରେ ମାସ ମାସ ଲାଗିଯାଉଛି। ବିଶେଷ କରି କଟକ ଏସ୍‌ସିବି ମେଡିକାଲ କଲେଜରୁ ବହୁ ବିଳମ୍ବରେ ରିପୋର୍ଟ ଆସୁଛି। ମୃତକଙ୍କ ପରିବାର ବିଭିନ୍ନ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏପରି କି ଜିଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଥାନାକୁ ପତ୍ର ଲେଖି ଅବଗତ କରାଯିବା ସତ୍ତ୍ୱେ ପୋଲିସ ଏହାକୁ ଗୁରୁତ୍ୱ ଦେଉନାହିଁ। ସ୍ଥଳବିଶେଷରେ ଥାନାରୁ ସହଯୋଗ ମିଳୁ ନ ଥିବା ଅଭିଯୋଗ ହେଉଛି। ଗତ ମଙ୍ଗଳବାର ଜିଲାସ୍ତରୀୟ ସଡ଼କ ସୁରକ୍ଷା ବୈଠକରେ ଏହି ପ୍ରସଙ୍ଗ ଉଠିଥିଲା, ଯାହାକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଥିଲେ ଜିଲାପାଳ ସରୋଜ କୁମାର ସେଠୀ। ସମ୍ପୃକ୍ତ ପରିବାରକୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବା ଦିଗରେ ତ୍ୱରିତ ପଦକ୍ଷେପ ନେବା ଲାଗି ଜିଲାପାଳ ସେଠୀ ଅତିରିକ୍ତ ଏସ୍‌ପି, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏ ସଂକ୍ରାନ୍ତରେ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର କୁହନ୍ତି, ଏଭଳି ୧୨ ମାମଲା ରହିଛି। ବ୍ୟବଚ୍ଛେଦ ଓ ତଦନ୍ତ ରିପୋର୍ଟ ମିଳିବାରେ ବିଳମ୍ବ ହେଉଥିବାରୁ ସମସ୍ୟା ସୃଷ୍ଟି ହୋଇଛି। ଥାନାଗୁଡ଼ିକୁ ବାରମ୍ବାର ଚିଠି ଲେଖାଯାଉଛି। ତଥାପି ରିପୋର୍ଟ ପହଞ୍ଚୁନାହିଁ। ଏ ସମ୍ପର୍କରେ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କୁହନ୍ତି, ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ଘଟୁଥିବା ବ୍ୟକ୍ତିଙ୍କ ବ୍ୟବଚ୍ଛେଦ ଓ ତଦନ୍ତ ରିପୋର୍ଟ ପ୍ରଦାନ କରିବା ପାଇଁ ଜିଲାର ସମସ୍ତ ଥାନାଧିକାରୀଙ୍କୁ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?