ନୂଆ ଓପିଡି ଖୋଲିବାକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୩ ।୧୧ ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ଓପିଡି ସେବା ପାଇଁ ନିର୍ମାଣାଧୀନ କୋଠା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଏହି ଓପିଡି ସେଣ୍ଟର କାର୍ଯ୍ୟକ୍ଷମ ହେବ ବୋଲି ବିଭାଗୀୟ ସୂତ୍ରରୁ ସୂଚନା ମିଳିଛି। ଏମ୍‌ସର ସ୍ବାସ୍ଥ୍ୟସେବା ଆରମ୍ଭ ହେଲେ ବାଲେଶ୍ୱର ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର ସମେତ ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟର ଲୋକେ ଉପକୃତ ହେବେ। ତେବେ ଏଯାବତ୍‌ ବିଲ୍ଡିଂ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେବା, ଆବଶ୍ୟକ କର୍ମଚାରୀଙ୍କୁ ନିଯୁକ୍ତି ଦିଆ ନ ଯିବା ଓ କୌଣସି ଅତ୍ୟାଧୁନିକ ସ୍ବାସ୍ଥ୍ୟ ପରୀକ୍ଷା ଯନ୍ତ୍ରପାତି ଇନଷ୍ଟଲ ନ ହେବା ଦେଖିବାକୁ ମିଳିଛି। ତେଣୁ ଏତେ କମ୍‌ ସମୟ ମଧ୍ୟରେ ଏସବୁ କାର୍ଯ୍ୟ କିପରି ହେବ ଏବଂ ଚଳିତବର୍ଷ ଡିସେମ୍ବର ଶେଷ ସୁଦ୍ଧା ଓପିଡି କାର୍ଯ୍ୟକ୍ଷମ ହେବା ନେଇ ଅନିଶ୍ଚିତତା ପ୍ରକାଶ ପାଇଛି।
ଜିଲା ରାଜ୍ୟର ୩ୟ ହେଲ୍‌ଥ ହବ୍‌ ପାଲଟିବାକୁ ଯାଉଥିବା ଜିଲାବାସୀ ଆଶାପୋଷଣ କରିଛନ୍ତି। ସହର ଉପକଣ୍ଠ ରେମୁଣାରେ ୪୫ଏକର ପରିମିତ ଜାଗାରେ ଗଢ଼ା ଚାଲିଛି ମେଡିକାଲ କଲେଜ ଓ ହସ୍ପିିଟାଲର ବିଶାଳକାୟ କୋଠା। ଏଥିସହ ଏମ୍‌ସ ଭଳି ବିଶ୍ୱସ୍ତରୀୟ ଚିକିତ୍ସାନୁଷ୍ଠାନର ସାଟେଲାଇଟ୍‌ ସେଣ୍ଟର ମଧ୍ୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଡିସେମ୍ବର ପହିଲାରୁ ଏଠାରେ ବହିର୍ବିଭାଗ ରୋଗୀ ସେବା (ଓପିଡି) ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୨୬ଜଣ ସୁପର୍‌ ସ୍ପେଶାଲିଷ୍ଟ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଏମ୍‌ସର ସାପ୍ତାହିକ ଓପିଡି ସେବା ବାଲେଶ୍ୱର ସହରର ପ୍ରତିରକ୍ଷା କଲୋନୀରେ ଚାଲିଥିଲା। କରୋନା ପରଠୁ ତାହା ବନ୍ଦ ରହିଛି। ଏବେ ସ୍ଥାୟୀ କୋଠାରେ ଓପିଡି ସେବା ସହିତ କିଛି ବିଭାଗର ପାଥୋଲୋଜି ପରୀକ୍ଷାଗାର କାର୍ଯ୍ୟକ୍ଷମ ହେବ ବୋଲି ଜଣାଯାଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଭୁବନେଶ୍ୱର ଏମ୍‌ସରୁ ମଧ୍ୟ ବିଭିନ୍ନ ସମୟରେ ବିଶେଷଜ୍ଞ ଡାକ୍ତରମାନେ ଆସି ଏଠାରେ ଚିକିତ୍ସା କରିବେ। ପରବର୍ତ୍ତୀ ସମୟରେ ଏହି ସାଟେଲାଇଟ୍‌ ସେଣ୍ଟରରେ ୩୫୦ ଶଯ୍ୟା ବିଶିଷ୍ଟ ଆଇପିଡି ବିଭାଗ ଏବଂ ଅନ୍ୟାନ୍ୟ ଚିକିତ୍ସା ସୁବିଧା ଯୋଗାଇବାର ଯୋଜନା ରହିଛି। ସେହିପରି ଜନସାଧାରଣଙ୍କ ବହୁ ଦାବି ପରେ ୨୦୧୮ରେ ଉତ୍ତର ଓଡ଼ିଶାର ପ୍ରାଣକେନ୍ଦ୍ର ବାଲେଶ୍ୱରରେ ଫକୀରମୋହନ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ରାଜ୍ୟ ସରକାର। ଫକୀରମୋହନ ଭେଷଜ ମହାବିଦ୍ୟାଳୟରେ ଡାକ୍ତରୀ ପାଠପଢ଼ା ଚାଲିଥିବା ବେଳେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବା ଚାଲିଛି। ମେଡିକାଲ୍‌ କଲେଜ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ବିଲ୍‌ଡିଂର ନିର୍ମାଣ କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ନିକଟ ଭବିଷ୍ୟତରେ ସେଠାରେ ଜିଏନ୍‌ଏମ୍‌ ନର୍ସିଂ କଲେଜ ଓ ଫାର୍ମାସୀ କଲେଜର ବିଲ୍‌ଡିଂ କାମ ଆରମ୍ଭ ହେବ। ଅନ୍ୟପକ୍ଷରେ ରେମୁଣା ବ୍ଲକ ଅଚ୍ୟୁତପୁରଠାରେ ଆୟୁର୍ବେଦ, ୟୁନାନି, ଯୋଗ, ସିଦ୍ଧ ଓ ହୋମିଓପାଥି ଚିକିତ୍ସାକୁ ନେଇ ୫୦ ଶଯ୍ୟା ବିଶିଷ୍ଟ ସମନ୍ବିତ ଆୟୁଷ ହସ୍‌ପିଟାଲ ଖୋଲାଯିବ। ତେଣୁ ଆଗାମୀ ଦିନରେ ବାଲେଶ୍ୱର ଏକ ସ୍ବାସ୍ଥ୍ୟ ହବ୍‌ ଭାବେ ପରିଣତ ହେବାକୁ ଯାଉଛି।
ଏନେଇ ବାଲେଶ୍ୱର ସରକାରୀ ମେଡିିକାଲ କ୍ରିୟାନୁଷ୍ଠାନ କମିଟିର କାର୍ଯ୍ୟକାରୀ ସଭାପତି ନିରଞ୍ଜନ ପରିଡ଼ାଙ୍କ କହିବା ଅନୁଯାୟୀ ଉତ୍ତର ଓଡ଼ିଶାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରାଯାଇଛି। କିନ୍ତୁ ଏହାର ସଫଳ କାର୍ଯ୍ୟାନ୍ବୟନ ହେଲେ ଯାଇ ଜନସାଧାରଣଙ୍କୁ ସୁଫଳ ମିଳିପାରିବ। ଏମ୍‌ସ ବାଲେଶ୍ୱରର ନୋଡାଲ ଅଫିସର ଡା. ମୁକୁନ୍ଦ ସାହୁ କୁହନ୍ତି, ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଏମ୍‌ସର ଓପିଡି ସେଣ୍ଟର କାର୍ଯ୍ୟକ୍ଷମ କରାଯିବାର ଯୋଜନା ରହିଛି। କୋଠା କାମ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ସାରିଛି। ଭୁବନେଶ୍ୱର ଏମ୍‌ସରୁ ଡାକ୍ତର ଓ ପ୍ରଫେସର ସେଠାରେ ପହଞ୍ଚତ୍ ରୋଗୀମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?