Posted inଜାତୀୟ

ସୀମାରେ ୩୦୦ରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ…

ଶ୍ରୀନଗର, ୧୪।୪ : ଜମ୍ମୁ-କଶ୍ମୀର ଉପତ୍ୟକାକୁ ଲାଗିଥିବା ଭାରତ ପାକିସ୍ତାନ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ ରହିଛନ୍ତି। ଗୁପ୍ତଚର ଏଜେନ୍ସିର ଇନପୁଟ ଅନୁଯାୟୀ, ଚାରିଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ ସୀମା ପାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରେ ଏବେ ସକ୍ରିୟ ହେବାରେ ଲାଗିଛି।

ସେଠାରେ ଉପସ୍ଥିତ ଆତଙ୍କବାଦୀମାନେ ସୁଯୋଗ ପାଇବା ମାତ୍ରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। ଗୁପ୍ତଚର ଏଜେନ୍ସିଗୁଡିକ ସୁରକ୍ଷା ବାହିନୀକୁ ଦେଇଥିବା ଇନପୁଟ ଅନୁଯାୟୀ, ସୀମା ପାର୍ଶ୍ୱରେ ଲଞ୍ଚ ପ୍ୟାଡରେ ୩୦୦ରୁ ଅଧିକ ଆତଙ୍କବାଦୀ ଅପେକ୍ଷା କରିଛନ୍ତି। ସେମାନେ କାଶ୍ମୀର ଉପତ୍ୟକାକୁ ଅନୁପ୍ରବେଶ କରିବାର ସୁଯୋଗ ଖୋଜୁଛନ୍ତି।

ସମ୍ପ୍ରତି ବିଏସଏଫର ବରିଷ୍ଠ ଅଧିକାରୀମାନେ ଏଲ୍‌ଓସି ପରିଦର୍ଶନ କରିଛନ୍ତି। କାଶ୍ମୀର ସୀମାନ୍ତ ବିଏସଏଫ ଆଇଜି ରାଜ ବାବୁ ସିଂ କହିଛନ୍ତି ଯେ ବରଫ ତରଳିଯିବା ପରେ ଆମେ ସେହି ଅଞ୍ଚଳ ଉପରେ ନଜର ରଖିଛୁ। ଏଲ୍‌ ଓସିରେ ପାଟ୍ରୋଲିଂ ମଧ୍ୟ ବୃଦ୍ଧି କରାଯାଇଛି । ଦିନରାତି ପାହାଡ ଉପରେ ପାଟ୍ରୋଲିଂ କରାଯାଉଛି। ଏହା ସହିତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri