Posted inଖେଳ

ପାକିସ୍ତାନ କ୍ରିକେଟ ଦଳର ଭିଜାକୁ ଅପେକ୍ଷା

ଇନ୍ଦୋର,୨୪ା୯: ଆଇସିସି ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଭାରତ ଗସ୍ତରେ ଆସିବା ଲାଗି ଭିଜା ପାଇଁ ଅପେକ୍ଷାରେ ଅଛନ୍ତି ପାକିସ୍ତାନୀ ଖେଳାଳି ଓ ଟିମ୍‌ ଅଫିସିଆଲ। ପାକିସ୍ତାନ ଏହାର ଓପ୍‌ନିଂ ଓ୍ବାର୍ମଅପ୍‌ ଖେଳିବାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ସେପ୍ଟେମ୍ବର ୨୭ରେ ଭାରତରେ ପହଞ୍ଚତ୍ବ। ଦଳ ଦୁବାଇ ବାଟ ଦେଇ ହାଇଦ୍ରାବାଦ ଆସିଥାନ୍ତା ଏବଂ ସେଠାରେ ଦୁଇ ଦିନ ଅଭ୍ୟାସ କରିଥାନ୍ତା। ମାତ୍ର ଏବେ ସୁଦ୍ଧା ଭିଜା ମିଳି ନ ଥିବାରୁ ଏହା ସମ୍ଭବପର ନୁହେଁ। ବାବର ଆଜାମଙ୍କ ନେତୃତ୍ୱାଧୀନ ଦଳ ଏହାର ପ୍ରଥମ ଓ୍ବାର୍ମଅପ୍‌ ସେପ୍ଟେମ୍ବର ୨୯ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରୁ ମିଳିଥିବା ସୂଚନା ଅନୁସାରେ, ଖେଳାଳିମାନେ ଇସ୍‌ଲାମାବାଦସ୍ଥିତ ଭାରତୀୟ ହାଇକମିଶନରୁ ଭିଜାକୁ ଅପେକ୍ଷା କରି ରହିଥିବାରୁ ଦଳର ଦୁବାଇ ଗସ୍ତକୁ ବାତିଲ କରିଦିଆଯାଇଛି। ଏହି ଅବ୍ୟବସ୍ଥା ସମ୍ପର୍କରେ ପିସିବି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଗତଥର ୨୦୧୬ରେ ଟି୨୦ ବିଶ୍ୱକପ୍‌ ଖେଳିବା ଲାଗି ଭାରତ ଗସ୍ତରେ ଆସିଥିଲା। ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତ ସମ୍ପର୍କ ଯୋଗୁ ଉଭୟେ କେବଳ ଏସିଆ କପ୍‌ ଓ ଆଇସିସି ଟୁର୍ନାମେଣ୍ଟରେ ପରସ୍ପର ସହ ଖେଳୁଛନ୍ତି। ପିସିବି ପାସ୍‌ପୋର୍ଟ ସଂଗ୍ରହ ପାଇଁ ଶୁକ୍ରବାର ଏହାର ଅଫିସିଆଲଙ୍କୁ ଇସ୍‌ଲାମାବାଦ ପଠାଇଥିଲା। ମାତ୍ର ଭିଜା ପ୍ରକ୍ରିୟା ଏପର୍ଯ୍ୟନ୍ତ ଚାଲିଛି। ଫଳତଃ ବୋର୍ଡ ଦୁବାଇରେ ଦୁଇଦିନିଆ ଅଭ୍ୟାସ କାର୍ଯ୍ୟକ୍ରମକୁ ବାତିଲ କରିଛି। ଭିଜା ମିଳିବା ମାତ୍ରେ ପାକିସ୍ତାନ ଦୁବାଇ ବାଟ ଦେଇ ସେପ୍ଟେମ୍ବର ୨୭ରେ ହାଇଦ୍ରାବାଦରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri