ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ କରିବେ ସେମାନଙ୍କ ପାଇଁ ଏହା ଲାଗୁ ହେବ। ଏହା ଦ୍ୱାରା ଟିକସ ଓ ଜରିମାନା ଭରି ନ ଥିବା ୪୬ ହଜାରରୁ ଊର୍ଦ୍ଧ୍ୱ ଗାଡ଼ି ମାଲିକ ଉପକୃତ ହେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଦ୍ବାରା ବହୁ ପୁରୁଣା ଯାନଗୁଡ଼ିକର ମାଲିକମାନେ ସେମାନଙ୍କ ଗାଡ଼ିଗୁଡ଼ିକୁ ସ୍କ୍ରାପ୍‌ ଏବଂ ପଞ୍ଜୀକରଣ ରଦ୍ଦ କରିବାକୁ ଆଗ୍ରହ ଦେଖାଇବେ । ଏଥିସହିତ ଯେଉଁମାନେ ଟିକସ ପ୍ରଦାନ କରି ଗାଡ଼ି ଚଳାଇବାକୁ ଆଗ୍ରହୀ ଥିବେ ସେମାନଙ୍କ ପାଇଁ ଜରିମାନା ସମ୍ପୂର୍ଣ୍ଣ ଛାଡ଼ କରାଯିବା ସହିତ ଗାଡ଼ିର ବର୍ଷ ଅନୁଯାୟୀ ଟିକସ ପରିମାଣ ମଧ୍ୟ କୋହଳ ହେବ। ସେହିପରି ଅନ୍ୟ ଯାନଗୁଡ଼ିକର ଗାଡ଼ି ମାଲିକମାନେ ଯେଉଁମାନେ ସେମାନଙ୍କ ବ୍ୟବସାୟ କରିବାକୁ ଚାହୁଁଛନ୍ତି, ସେମାନେ ଟିକସ ରିହାତି ହାରରେ ଜମା କରିପାରିବେ। ଏହାଦ୍ବାରା ପର୍ଯ୍ୟାପ୍ତ ପରିମାଣର ବକେୟା ଟିକସ ସଂଗ୍ରହ ହେବା ସହିତ ଗାଡ଼ି ମାଲିକମାନେ ଅଧିକ ଲାଭବାନ ହୋଇପାରିବେ।
ରାଜ୍ୟରେ ୫୦,୦୦୦ରୁ ଊଦ୍ଧର୍‌ବ ଗାଡ଼ି ମାଲିକଙ୍କ ଉପରେ ବକେୟା ମୋଟର ଯାନ ଟିକସ ଏବଂ ଜରିମାନା ଅନାଦାୟ ହୋଇ ପଡ଼ିରହିଛି। ୨୦୨୨ରେ ଟ୍ୟାକ୍ସ ରିକୋଭରି ନୋଟିସ୍‌ ଏବଂ ସ୍ବତନ୍ତ୍ର ଡ୍ରାଇଭ୍‌ ସତ୍ତ୍ବେ ମାତ୍ର ୪୬୬୮ ମାଲିକଙ୍କଠାରୁ ବକେୟା ଟିକସ ସଂଗ୍ରହ କରାଯାଇପାରିଛି। ଯେତେବେଳେ ଜଣେ ଗାଡ଼ି ମାଲିକ ଟିକସ ଠିକ୍‌ ସମୟରେ କିଛିଦିନ ଧରି ପଇଠ କରନ୍ତି ନାହିଁ ଏହା ପୌନଃପୁନିକ ଭାବେ ବୃଦ୍ଧି ହୁଏ। ଗାଡ଼ି ମାଲିକ ଏହାକୁ ଭରଣା କରିପାରନ୍ତି ନାହିଁ। କେତେକ କ୍ଷେତ୍ରରେ ମାଲିକମାନେ ଟିକସ ଛାଡ଼ ପାଇଁ ଅଦାଲତରେ କେସ୍‌ ଦାଏର କରନ୍ତି। ଏହା ବହୁଦିନ ଧରି ଚାଲେ। ଏହାଛଡ଼ା ଯାନବାହନଜନିତ ପ୍ରଦୂଷଣକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପୁରୁଣା ତଥା ପ୍ରଦୂଷଣ କରୁଥିବା ଯାନଗୁଡ଼ିକୁ ହଟାଇବା ପାଇଁ ପରାମର୍ଶ ଦେଇଛନ୍ତି। ପୁରୁଣା ଗାଡିଗୁଡ଼ିକର ଗାଡ଼ି ମାଲିକମାନଙ୍କୁ ଏଥିପାଇଁ ଆକର୍ଷିତ କରିବା ସକାଶେ ଅନାଦାୟ ଟିକସ ଛାଡ଼ ପାଇଁ ଏକକାଳୀନ ଘୋଷଣା କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପଞ୍ଜୀକୃତ ଯାନ ଗ୍ରାମିଂ ସୁବିଧା କେନ୍ଦ୍ରରେ ଯାନଗୁଡ଼ିକୁ ବିନା ପ୍ରଦୂଷଣରେ ବୈଜ୍ଞାନିକ ପଦ୍ଧତିରେ ସ୍କ୍ରାପ୍‌ କରାଯାଇପାରିବ।
ସହରାଞ୍ଚଳରେ ପ୍ରଦୂଷଣ ହ୍ରାସ ପାଇଁ ରାଜ୍ୟ ସରକାର ୧୫ ବର୍ଷିଆ ସମସ୍ତ ଯାନବାହନକୁ ରାସ୍ତାରୁ ହଟାଇବାକୁ ଯୋଜନା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ପଞ୍ଜୀକୃତ ଯାନବାହନ ସ୍କ୍ରାପିଂ ସୁବିଧା ନୀତି-୨୦୨୨ (ରେଜିଷ୍ଟର୍ଡ ଭେହିକିଲ ସ୍କ୍ରାପିଂ ଫାସିଲିଟି ପଲିସି-୨୦୨୨) ଆଣିଛନ୍ତି। ଏହି ନୀତିକୁ ୨୦୨୨ ନଭେମ୍ବର ୩୦ ତାରିଖରେ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ସ୍କ୍ରାପିଂ କରିଥିବା ଗାଡ଼ି ମାଲିକଙ୍କୁ ନୂଆ ଗାଡ଼ି କିଣିବାକୁ ପ୍ରୋତ୍ସାହନ ଦିଆଯିବ। ଯାନବାହନଜନିତ ବାୟୁ ପ୍ରଦୂଷଣ ହ୍ରାସ କରିବାରେ ମଧ୍ୟ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡ଼ିକୁ ସ୍କ୍ରାପ କରିବାକୁ ପଡ଼ିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡ଼ି କିଣିବା ପାଇଁ ଏହି ନୀତିରେ ସ୍ବତନ୍ତ୍ର ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି। ଏହା ସତ୍ତ୍ୱେ ଟିକସ ବାକିଥିବା ବହୁ ପୁରୁଣା ଗାଡ଼ିମାଲିକମାନେ ସ୍କ୍ରାପିଂ କରିବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଟିକସ ଓ ଜରିମାନା ଛାଡ଼ ହେବା ପରେ ଏଥିପାଇଁ ଆଗ୍ରହ ବଢ଼ିବ ବୋଲି ସରକାର ଆଶା କରିଛନ୍ତି।
ଏହାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଏବଂ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିିଛି। ଏଥିସହିତ କ୍ୟାବିନେଟରେ ମୋଟ ୧୧ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?