Posted inଜାତୀୟ

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍‌ଫ ଆଇନ: ମମତା

କୋଲକାତା,୧୦ା୪: ଓ୍ବକ୍‌ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। କୋଲକାତାରେ ଜୈନ ସମୁଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା କହିଛନ୍ତି, ପଶ୍ଚିମବଙ୍ଗରେ ‘କୌଣସି ବିଭାଜନ ଓ ଶାସନ ନୀତି’ ରହିବାକୁ ଦିଆଯିବ ନାହିଁ। ଓ୍ବକ୍‌ଫ ଆଇନ ପ୍ରଣୟନ ନେଇ ମୁସଲମାନମାନେ ଅସନ୍ତୁଷ୍ଟ ଥିବା ବିଷୟ ସେ ଜାଣିଛନ୍ତି। ବିଶ୍ୱାସ ରଖନ୍ତୁ, ରାଜ୍ୟରେ ଏପରି କିଛି ହେବାକୁ ଦିଆଯିବ ନାହିଁ। ସମସ୍ତେ ଏକଜୁଟ ହୋଇ ରୁହନ୍ତୁ ବୋଲି ମମତା ଆହ୍ବାନ ଦେଇଛନ୍ତି। ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ନେଇ ମୁର୍ଶିଦାବାଦ ଜିଲାରେ ମଙ୍ଗଳବାର ଘଟିଥିବା ହିଂସାକାଣ୍ଡକୁ ନେଇ ମମତା ଆହୁରି କହିଛନ୍ତି, ବାଂଲାଦେଶ ସୀମାନ୍ତ ଅଞ୍ଚଳରେ ସ୍ଥିତିକୁ ଦେଖ। ଏହି ବିଲ୍‌ ବର୍ତ୍ତମାନ ପାରିତ ହେବାର ନ ଥିଲା। ପଶ୍ଚିମବଙ୍ଗରେ ୩୩% ସଂଖ୍ୟାଲଘୁ ରହିଛନ୍ତି। ସେମାନଙ୍କ ସହ ମୁଁ କ’ଣ କରିବି ବୋଲି ସେ ପ୍ରଶ୍ନ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଓ୍ବକ୍‌ଫ ସଂଶୋଧନ ବିଧେୟକ ଲୋକ ସଭାରେ ଏପ୍ରିଲ ୩ ଓ ରାଜ୍ୟ ସଭାରେ ୪ ତାରିଖରେ ପାରିତ ହୋଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହା ଉପରେ ଏପ୍ରିଲ ୬ରେ ସ୍ବାକ୍ଷର କରିଥିଲେ। ଉକ୍ତ ବିଧେୟକ ଆଇନରେ ପରିଣତ ହୋଇଥିବା ନେଇ ମଙ୍ଗଳବାର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri