ୟୁବିଆଇ ପକ୍ଷରୁ ୱାକାଥନ୍‌

ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା ଏବଂ ଆର୍‌ଏଲ୍‌ପି ଓ ଏମ୍‌ଏଲ୍‌ପି, ଏଏଲ୍‌ପି ସହିତ ଅନ୍ୟ ସମସ୍ତ କର୍ମଚାରୀ ଯୋଗଦେଇଥିଲେ। ଅପରପକ୍ଷରେ ୱାକାଥନ୍‌ କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରୁ ଆରମ୍ଭ ହୋଇ ଟାଟା ବେଞ୍ଜ ଛକ, ଗିରି ରୋଡ୍‌, ଷ୍ଟେଶନ ରୋଡ୍‌, ଖଲ୍ଲିକୋଟ କଲେଜ, ସୁବାରାଓ ଛକ, ଜନନ ହସ୍ପିଟାଲ ରୋଡ୍‌ ଦେଇ କ୍ଷେତ୍ରୀୟ କାର୍ଯ୍ୟାଳୟରେ ସମାପ୍ତ ହୋଇଥିଲା। ଏହି ପରିପ୍ରେକ୍ଷୀରେ କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ସତ୍ୟବ୍ରତ ସାମଲ ସତର୍କତା ସଚେତନତା ସପ୍ତାହ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ। ବର୍ତ୍ତମାନ ସମୟରେ ସମସ୍ତ କର୍ମଚାରୀ ତଥା ଷ୍ଟେକ୍‌ ହୋଲ୍ଡର, ଗ୍ରାହକ ଏବଂ ଖାତା ଧାରକଙ୍କ ସୁବିଧା ହେତୁ ସତର୍କତା ଆଦି ବିଷୟରେ ସେ ବିସ୍ତୃତ ଆଲୋଚନା କରିବା ସହ ଦେଶରୁ ଲାଞ୍ଚ ଭଳି କୁପ୍ରଥାର ମୂଳୋପତ୍ାଟନ ପାଇଁ ଆହ୍ବାନ କରିଥିଲେ। ଚଳିତ ବର୍ଷର ଥିମ୍‌ ‘ଦୁର୍ନୀତିକୁ ବିରୋଧ କରିବା-ରାଷ୍ଟ୍ର ପ୍ରତି ସମର୍ପିତ ହେବା’ ଶୀର୍ଷକ ବିଷୟବସ୍ତୁ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସେହିପରି ବ୍ୟାଙ୍କର ଆଞ୍ଚଳିକ ସତର୍କତା ବିଭାଗର ମୁଖ୍ୟ ପ୍ରବନ୍ଧକ ସଞ୍ଜୀବ କୁମାର ସାହୁ, ସତର୍କତା ସପ୍ତାହ ପାଳନର ତାତ୍ପର୍ଯ୍ୟ ତଥା ବର୍ତ୍ତମାନ ପରିପ୍ରେକ୍ଷୀରେ ଏହାର ଆନୁଷଙ୍ଗିକତା ବିଷୟରେ ଆଲୋକପାତକରି ବ୍ୟାଙ୍କରେ ଏହାର ପ୍ରୟୋଗ ବିଷୟରେ ବିସ୍ତୃତ ଭାବେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ଉପ କ୍ଷେତ୍ରୀୟ ମୁଖ୍ୟ ମେଘରାଇ ମାର୍ଣ୍ଡିଙ୍କ ସମେତ ସମସ୍ତ ବିଭାଗୀୟ ମୁଖ୍ୟ ଉକ୍ତ ୱାକାଥନ୍‌ରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri