ପାହାଡ଼ ତାଡ଼ି ମୋରମ ଚାଲାଣ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ତହସିଲ ଅଫିସଠାରୁ ଦେଢ଼ କି.ମି ଦୂର ରାସ୍ତା କଡ଼ରେ ବେଆଇନ ମୋରମ ଖନନକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିନା ଲିଜ୍‌ରେ ମେଶିିନ ଲଗାଇ ମୋରମ ଖନନ କରି ଟ୍ରାକ୍ଟର ଯୋଗେ ଚାଲାଣ କରାଯାଉଥିବାରୁ ବ୍ୟାପକ ପରିବେଶ ନଷ୍ଟ ହୋଇଛି। ଖନନ ଦ୍ୱାରା ଜଙ୍ଗଲ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀଙ୍କ ପ୍ରତି ବିପଦ ସୃଷ୍ଟି କରୁଛି। ତହସିଲ ପକ୍ଷରୁ ବେଆଇନ କାର୍ଯ୍ୟ ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ପରିବେଶବିତ୍‌ମାନେ ପ୍ରଶ୍ନ ଉଠାଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲର ହସ୍ତକ୍ଷେପ ଲୋଡ଼ିଛନ୍ତି। ବେଆଇନ ଖନନ ସ୍ଥାନ ମାପଚୁପ୍‌ କରି ରୟାଲିଟି ଓ ଜରିମାନା ଆଦାୟ କରିବାକୁ ଆଇନଜୀବୀ ସୁରଜ ମହାପାତ୍ର ଦାବି କରିଛନ୍ତି।
ସୂଚନା ଅନୁଯାୟୀ, ଆଦିବାସୀ ବହୁଳ ବାଂଶପାଳ ବ୍ଲକ୍‌ ମୁଖ୍ୟାଳୟଠାରେ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜଣେ ଠିକାଦାର ବେଆଇନ ଭାବରେ ବହୁ ପରିମାଣରେ ମୋରମ ଉତ୍ତୋଳନ କରି ଚାଲାଣ କରୁଛନ୍ତି। ଏଭଳି ବେଆଇନ ଖନନ ଯୋଗୁ ଜଙ୍ଗଲ ଓ ପରିବେଶ ନଷ୍ଟ ହୋଇଥିବା ବେଳେ ହାତୀ ଓ ଅନ୍ୟ ବନ୍ୟ ପ୍ରାଣୀଙ୍କ ପାଇଁ ବିପଦ ସୃଷ୍ଟି କରିବ। ଜେସିବି ମେଶିନ୍‌ ସାହାଯ୍ୟରେ ମୋରମ ଖୋଳିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ କୋଟି କୋଟି ଟଙ୍କାର ପରିବେଶ ଓ ରାଜସ୍ବ କ୍ଷତି ହୋଇଥିବା ବେଳେ ସ୍ବଳ୍ପ ରୟାଲିଟି କାଟି ରାଜସ୍ବ ବିଭାଗ ସ୍ବଚ୍ଛତା ଅବଲମ୍ବନ କରୁଥିବା ଅଭିଯୋଗ ହୋଇଛି । ଏହା ବନ୍ୟ ପ୍ରାଣୀଙ୍କ ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ଏଭଳି ଖନନ ସେମାନଙ୍କ ପାଇଁ ବିପଦ ସୃଷ୍ଟି କରିବ ବୋଲି ମତ ପ୍ରକାଶ ପାଉଛି। ଉକ୍ତ ପାହାଡ଼ରୁ ବିପୁଳ ପରିମାଣର ମୋରମ ଉତ୍ତୋଳନ ହୋଇଥିବାରୁ ଏହାର ସାଟେଲାଇଟ୍‌ ମାପଚୁପ କରି ରୟାଲିଟି ଏବଂ ଜରିମାନା ଆଦାୟ କରିବା ପାଇଁ ଦାବି ହୋଇଛି। ପ୍ରଶାସନ ପକ୍ଷରୁ ତୁରନ୍ତ ଏ ନେଇ ପଦକ୍ଷେପ ନେଇ ପରିବେଶ ଜନିତ କ୍ଷୟକ୍ଷତି ଭରଣା ନ କରାଗଲେ ବାଧ୍ୟ ହୋଇ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଦ୍ୱାରସ୍ଥ ହେବେ ବୋଲି ଆଇନ୍‌ଜୀବୀ ମହାପାତ୍ର କହିଛନ୍ତି। ଏଣୁ ଜାତୀୟ ସମ୍ପତ୍ତି ଲୁଟ୍‌ ହେଉଥିବାରୁ ଏ ନେଇ ଫୌଜଦାରୀ ମାମଲା ରୁଜୁ କରାଯିବା ଜରୁରୀ ବୋଲି ସେ କହିଛନ୍ତି। ସେହିପରି ଏଥିରେ ବ୍ୟବହୃତ ମେଶିିନ ଓ ଟ୍ରାକ୍ଟର ଜବତ କରିବା ସହ ପାହାଡ଼ର ପୂର୍ବାବସ୍ଥା ଫେରାଇ ଆଣିବାକୁ ମଧ୍ୟ ସ୍ଥାନୀୟ ଲୋକ ଦାବି କରିଛନ୍ତି। ଏ ସମ୍ପର୍କରେ ବାଂଶପାଳ ତହସିଲଦାର ସପନ ସାହୁ କହିଛନ୍ତି ଯେ, କାମ ବନ୍ଦ କରି ଦିଆଯାଇଛି। ସମ୍ପୃକ୍ତ ଠିକାଦାରଙ୍କଠାରୁ ଫାଇନ ଆଦାୟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କେନ୍ଦୁଝର ଡିଏଫ୍‌ଓ ଏଚ୍‌.ଡି. ଧନରାଜଙ୍କୁ ପଚାରିବାରୁ ଏ ନେଇ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri