ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କୋଠାଘର ଛାତ ଉପରେ ନିର୍ମିତ ଅଧାକାନ୍ଥ ଭୁଷୁଡ଼ି ଜଣେ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ମା’ ଓ ବଡ଼ ଭଉଣୀ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାଯାଇଛି।
ଘଟଣାରୁ ପ୍ରକାଶ ଯେ, ତିହିଡି଼ ଥାନା ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ସ୍ତ୍ରୀ ଭାରତୀ (୩୦) ବାପଘର କାଶୀପୁର ଗ୍ରାମକୁ ଯାଇଥିଲେ । ଭାରତୀଙ୍କ ୨ଝିଅ ପୂଜାରାଣୀ (୪) ଓ ଲିଜା (୨) ମାମୁଘର ସାମ୍ନାରେ ଘର ସାମ୍ନାରେ ଖେଳୁଥିଲେ । ତାଙ୍କ ମା ଭାରତୀ ସେଠାରେ ଠିଆ ହୋଇଥିଲେ ।ଏହି ସମୟରେ ନାରାୟଣଙ୍କ ଘରର ଛାତ ଉପରେ ନିର୍ମିତ କାନ୍ଥ ଓ ଘରର କାନିସ ଭାଙ୍ଗି ତଳକୁ ଖସିପଡ଼ି ମା ଓ ୨ଝିଅଙ୍କ ଉପରେ ପଡ଼ିଥିଲା । ଯାହାଫଳରେ ସାନ ଝିଅ ଲିଜାର ମୃତ୍ୟୁ ଘଟିଥିବା ବେଳେ ଭାରତୀ ଓ ତାଙ୍କ ବଡ଼ ଝିଅ ପୂଜା ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମା’ ଝିଅଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ ତିହିଡି଼ ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri