ଭୁଶୁଡ଼ିଲା ପାଚେରି, ଚାଲିଗଲା ନାବାଳକଙ୍କ ଜୀବନ

ବାଲେଶ୍ୱର ଅଫିସ,୨୦ା୮: ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମଧୁପରା ସ୍କୁଲ ପାଚେରି ଭୁଶୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିିଛି। ଏତଦ୍‌ବ୍ୟତୀତ ପରିବାରର ଅନ୍ୟ ୪ଜଣ ଗୁରୁତର ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ରାତିରେ ଲଗାଣ ବର୍ଷା ଯୋଗୁ ବାଲିଆପାଳର ମଧୁପୁରା ସ୍କୁଲ ପାଚେରି ନିକଟରେ ଥିବା ଏକ ବିରାଟ ଗଛ ଭୁଶୁଡ଼ି ପଡ଼ି ପାଚେରି ଉପରେ ପଡ଼ିଲା। ଫଳରେ ପାଚେରି ଭୁଶୁଡ଼ି କାନ୍ଥକୁ ଲାଗିଥିବା ଏକ ଘର ଉପରେ ପଡ଼ିଥିଲା। ଏଥିରେ ପରିବାରର ଲୋକେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ପରିବାର ଲୋକମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ୪ ବର୍ଷର ଶିଶୁପୁତ୍ରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ରାସ୍ତାରେ ନାବାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏ ନେଇ ଗଁାସାରା ଶୋକର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?