ଭଙ୍ଗାକାନ୍ଥରେ ୱାଲ୍‌ପେଣ୍ଟିଂ

ନୟାଗଡ଼ ଅଫିସ, ୨୩ା୧୦: ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାନ୍ଥ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲୁରହିଛି। ତେବେ କିଛି ସ୍ଥାନରେ ଭଙ୍ଗା କାନ୍ଥରେ ୱାଲ୍‌ପେଣ୍ଟିଂ କରାଯାଉଥିବାରୁ ଏହାର ସ୍ଥାୟିତ୍ୱ ନେଇ ପ୍ରଶ୍ନ ଉଠିଛି। କିଛିଦିନ ତଳେ ନୟାଗଡ଼ ଜଗନ୍ନାଥ ମନ୍ଦିରର ଦକ୍ଷିଣ ଦ୍ୱାର ନିକଟରେ ପ୍ରାଚୀର ଭାଙ୍ଗିଯାଇଥିଲା। ଏହା ଏଯାବତ ମରାମତି ହୋଇପାରି ନାହିଁ। ଏଭଳିସ୍ଥଳେ ମନ୍ଦିର ଦକ୍ଷିଣପାର୍ଶ୍ୱ ପ୍ରାଚୀରରେ ୱାଲ୍‌ପେଣ୍ଟିଂ କରାଯାଉଛି। ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପ୍ରାଚୀରରେ ଫଟୋଚିତ୍ର ଶୋଭାପାଉଛି। କିନ୍ତୁ କିଛି ପ୍ରାଚୀର ନଷ୍ଟ ହୋଇଯାଇଥିଲେ ମଧ୍ୟ ତାକୁ ପ୍ରାଧାନ୍ୟ ଦିଆଯାଉନି। ଜିଲାର ବିଭିନ୍ନ ସ୍ଥାନରେ ପ୍ରାଚୀର ନଷ୍ଟ ହୋଇ ରହିଛି।
ଲୋକଙ୍କୁ ବାର୍ତ୍ତା ଦେବା ଉଦ୍ଦେଶ୍ୟରେ ଜିଲା ଓ ରାଜ୍ୟ ଐତିହ୍ୟର ଫଟୋଚିତ୍ର ଏହି ପ୍ରାଚୀରରେ କରାଯାଉଛି। କାନ୍ଥ ସୌନ୍ଦର୍ଯ୍ୟକରଣ ଏକ ଭଲ ପଦକ୍ଷେପ। ଏହା ଦ୍ୱାରା ପେଣ୍ଟରମାନେ ବି ରୋଜଗାର ପାଇଥାନ୍ତି। କିନ୍ତୁ ପେଣ୍ଟିଂ ପୂର୍ବରୁ ପ୍ରାଚୀର କେତେ ସୁରକ୍ଷିତ ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ଯଦି ଏହା ଭୁଶୁଡ଼ିପଡେ ତେବେ ଫଟୋଚିତ୍ର କରି ଲାଭ କ’ଣ ବୋଲି ପ୍ରଶ୍ନ ଉଠୁଛି। ଭାଙ୍ଗିଥିବା କାନ୍ଥରେ ୱାଲପେଣ୍ଟିଂ ସରକାରୀ ଅନୁଦାନ ଅପବ୍ୟୟ ବୋଲି କୁହାଯିବ। ଏଥିପ୍ରତି ଗୁରୁତ୍ୱ ଦେବା ପାଇଁ ସାଧାରଣରେ ମତପ୍ରକାଶ ପାଉଛି। ଏ ସମ୍ପର୍କରେ ନୟାଗଡ଼ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା କୁହନ୍ତି, ଆମେ ଅନୁଧ୍ୟାନ କରିବୁ। ଯଦି କାନ୍ଥ ବିପଦସଙ୍କୁଳ ଥାଏ ଆଉ ଚିତ୍ର କରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri