ବୁଲୁଛି ଦନ୍ତା ଲୋକେ ଭୟଭୀତ

ଭଦ୍ରକ ଅଫିସ,୨୨ା୫: ଭଦ୍ରକ ଜିଲା ଆଗରପଡା ଅଞ୍ଚଳରେ ଏକ ଦନ୍ତା ହାତୀ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗତ ୪ ବର୍ଷ ଧରି ଜ୍ୟେଷ୍ଠ ମାସରେ ଆମ୍ବ ପଣସ ଅମଳ ସମୟରେ ଦନ୍ତାଟି ଆଗରପଡା ଅଞ୍ଚଳର ପାଟକନା, ରାଉତରାପୁର, ମହାନ୍ତିପଡା ଆଦି ଗ୍ରାମକୁ ଆସୁଥିବା ବେଳେ ଚଳିତ ବର୍ଷ ଦନ୍ତାଟି ଶନିବାର ରାତିରେ ମହାନ୍ତିପଡା ନିକଟସ୍ଥ ସାଳନ୍ଦୀ ନଦୀ କୂଳ ଆମ୍ବତୋଟାରେ ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହି ଖବର ଜାଣିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ବନ ବିଭାଗ ଡାକବାଜି ଯନ୍ତ୍ର ଦ୍ୱାରା ଲୋକମାନଙ୍କୁ ସଚେତନ ରହିବାକୁ କହିଛି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହଦଗଡ ହସ୍ତୀ ଅଭୟାରଣ୍ୟରୁ ହାତୀଟି ଖାଦ୍ୟ ଅନ୍ବେଷଣରେ ଆସି ଅଞ୍ଚଳରେ ଫସଲ ନଷ୍ଟ କରିବା ସହିତ ଘରଦ୍ୱାର ଭାଙ୍ଗି ଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଦନ୍ତା ଦିନରେ ସାଳନ୍ଦୀ ନଦୀର ଅପର ପାର୍ଶ୍ୱରେ ଜଙ୍ଗଲରେ ରହୁଥିବା ବେଳେ ରାତିରେ ନଦୀ ପାର ହୋଇ ଜନବସତି ଅଞ୍ଚଳକୁ ଆସିଛି। ଏନେଇ ସ୍ଥାନୀୟ ଲୋକେ ବନ ବିଭାଗକୁ ଅବଗତ କରାଇଥିଲେ। ଆଗରପଡ଼ା ବନବିଭାଗ ପକ୍ଷରୁ ହାତୀର ଗତିବିଧି ଉପରେ ନଜର ରଖିବା ସହ ବାଣ ଫୁଟାଇ ଘଉଡ଼ା ଯାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri