ସାଉଣ୍ଡ ଫିଗର ଚାହୁଁଥିଲେ

ବର୍ତ୍ତମାନ ସ୍ଲିମ୍‌ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି ଏଣୁ ତେଣୁ ଖାଦ୍ୟଠାରୁ ଆରମ୍ଭ କରି ବିଭିନ୍ନ ଔଷଧ ଖାଇବାକୁ ବି ପଛାଇ ନ ଥାନ୍ତି; ଯାହାକି ଅପରପକ୍ଷେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇପାରେ। ତେଣୁ ଏକ ସୁନ୍ଦର ତଥା ସାଉଣ୍ଡ ଫିଗର ପାଇବାକୁ ଚାହୁଁଥିଲେ କେତେକ ପ୍ରାକୃତିକ ଉପାୟ ଆପଣାଇ ପାରିବେ…
ସର୍ବପ୍ରଥମ କଥା ହେଉଛି ମୋଟା ହେବା ଆଳରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌, ଫୁଡ୍‌ ସପ୍ଲିମେଣ୍ଟ, ପ୍ରୋଟିନ୍‌ ପାଉଡର ଆଦି ଗ୍ରହଣ କରିବା ଠିକ୍‌ ନୁହେଁ। କାରଣ ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ସୁଷମ ଆହାର ଗ୍ରହଣ କରନ୍ତୁ। ଓଜନ ବଢୁଛି କି ନାହିଁ ଜାଣିବା ଲାଗି ମାସକୁ ଥରେ ମାପିବାକୁ ଭୁଲନ୍ତୁ ନାହିଁ। ନଚେତ୍‌ ଆବଶ୍ୟକରୁ ଅଧିକ ମୋଟା ହେବା ଦ୍ୱାରା ବି ଅସୁବିଧା ହୋଇପାରେ।
ନିଜ ଖାଦ୍ୟ ତାଲିକାରେ ସବୁପ୍ରକାର ପୌଷ୍ଟିକ ଖାଦ୍ୟକୁ ସାମିଲ କରନ୍ତୁ। ଖାଦ୍ୟରେ କ୍ୟାଲୋରି ମାତ୍ରା ବଢ଼ାନ୍ତୁ। ପ୍ରୋଟିନ୍‌ ଯୁକ୍ତ ଖାଦ୍ୟ ଯେତେ ଅଧିକ ଗ୍ରହଣ କରିବେ ସେତେ ଶୀଘ୍ର ଲାଭ ପାଇବେ।
ଶସ୍ୟଜାତୀୟ ଖାଦ୍ୟ, ଫଳ, ପନିପରିବା ଆଦିରେ ପର୍ଯ୍ୟାପ୍ତ ପରିମାଣରେ କାର୍ବୋହାଇଡ୍ରେଟ୍‌ ରହିଛି। ତେଣୁ ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ଓଜନ ବଢ଼ିବାରେ ସାହାଯ୍ୟ କରିବ।
ଫଳ ମଧ୍ୟରେ ଓଜନ ବଢାଇବା ଲାଗି କଦଳୀ ସବୁଠୁ ଭଲ। ପ୍ରତିଦିନ ଦୁଇଟି ପାଚିଲା କଦଳୀ ଖାଆନ୍ତୁ। ନ ହେଲେ ସକାଳୁ ଏହାର ସେକ୍‌ ପିଇପାରିବେ। କ୍ଷୀର କଦଳୀ ଚକଟି ଖାଇବା ବି ଲାଭଦାୟକ।
ପନୀରର ବିଭିନ୍ନ ଆଇଟମ୍‌ ଖାଆନ୍ତୁ। ସେହିପରି ଆମିଷ ଖାଇବା ବି ଓଜନ ବଢାଇବାରେ ସାହାଯ୍ୟ କରିଥାଏ।
ସକାଳ ଜଳଖିଆରେ ବ୍ରେଡ୍‌ ସହ ୨ଟି ସିଝା ଅଣ୍ଡା କିମ୍ବା ଆମ୍‌ଲେଟ୍‌ ଖାଆନ୍ତୁ। ଏହା ଖୁବ୍‌ଶୀଘ୍ର ଆପଣଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆଣିବାରେ ସାହାଯ୍ୟ କରିବ।
ଖାଦ୍ୟ ତାଲିକାରେ ବଟରକୁ ସାମିଲ କରନ୍ତୁ। ବିଶେଷ କରି ପିନଟ୍‌ ବଟରରେ ଥିବା ମୋନୋସାଚୁରେଟେଡ୍‌ ଫ୍ୟାଟ୍‌ ଆପଣଙ୍କ ଓଜନ ଶୀଘ୍ର ବଢାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri