Posted inଜାତୀୟ

ଆଜିଠାରୁ ଲାଗୁ ହେଲା ଓ୍ବକଫ୍‌ ସଂଶୋଧନ ଆଇନ୍‌

ନୂଆଦିଲ୍ଲୀ,୮।୪: ୱକଫ୍‌ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ ୱକଫ (ସଂଶୋଧନ) ଆଇନ (୨୦୨୫ର ୧୪)ର ଧାରା ୧ର ଉପ-ଧାରା (୨) ଦ୍ୱାରା ପ୍ରଦାନ କରାଯାଇଥିବା କ୍ଷମତା ବ୍ୟବହାର କରି କେନ୍ଦ୍ର ସରକାର ୮ ଏପ୍ରିଲ, ୨୦୨୫ ଠାରୁ ଆଇନର ବ୍ୟବସ୍ଥାଗୁଡ଼ିକୁ କାର୍ଯ୍ୟକାରୀ କରୁଛନ୍ତି।

କହି ରଖୁଛୁ, ବିରୋଧୀଙ୍କ ବିରୋଧ ଏବଂ ହଟ୍ଟଗୋଳ ମଧ୍ୟରେ ଏହି ବିଲ ସଂସଦର ଉଭୟ ଗୃହରେ ଗୃହୀତ ହୋଇଥିଲା। ରାଜ୍ୟ ସଭାରେ ବିଲ୍‌ ସପକ୍ଷରେ ୧୨୮ ଏବଂ ବିପକ୍ଷରେ ୯୫ ଭୋଟ ପଡ଼ିଥିଲା। ଲୋକ ସଭାରେ ଏହା ସପକ୍ଷରେ ୨୮୮ ଏବଂ ବିପକ୍ଷରେ ୨୩୨ ଭୋଟ ପଡ଼ିଥିଲା। ବିରୋଧୀ ଦଳଗୁଡ଼ିକ ଉଭୟ ଗୃହରେ ଏହାକୁ ବିରୋଧ କରି ଏହକୁ ଅସାମ୍ବିଧାନିକ ବୋଲି କହିଥିଲେ।

ହେଲେ ୱକଫ (ସଂଶୋଧନ) ଆଇନ-୨୦୨୫ ସମ୍ପର୍କରେ, କେନ୍ଦ୍ର ସରକାର ଦାବି କରିଛନ୍ତି ଯେ ଏହା ୱକଫ ପ୍ରଶାସନରେ ସ୍ବଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଅନ୍ତର୍ଭୁକ୍ତିକୁ ପ୍ରୋତ୍ସାହିତ କରିବ। ଏହା ସହିତ ଯେଉଁ ଗରିବ ମୁସଲମାନମାନେ ସେମାନଙ୍କର ଅଧିକାରରୁ ବଞ୍ଚିତ ଥିଲେ, ସେମାନେ ଏବେ ସେମାନଙ୍କର ଅଧିକାର ପାଇବେ। ଏହା ଦେଶର ମୁସଲମାନମାନଙ୍କ ସାମାଜିକ-ଆର୍ଥିକ ଅବସ୍ଥାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri