ଯୁଦ୍ଧ ଘୋଷଣା…

ମସ୍କୋ,୨୪।୨ : ଯୁଦ୍ଧ ଟାଳିବା ପାଇଁ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ବୈଠକ ଚାଲିଥିବାବେଳେ ରୁଷ୍‌ଇଆ ରାଷ୍ଠ୍ରପତି ବ୍ଲାଡିମୀର ପୁଟିନ୍‌ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନାଟୋ କିମ୍ବା ଆମେରିକା ୟୁକ୍ରେନକୁ ସହଯୋଗ କଲେ ଭୟଙ୍କର ପରିଣାମ ହେବ ବୋଲି ପୁଟିନ୍‌ ଚେତାବନୀ ଦଇଛନ୍ତି। ତେବେ ପୁଟିନ ଏହା ସ୍ପଷ୍ଟ କରିଛନ୍ତି ଯେ ସେ ୟୁକ୍ରେନ ଦଖଲ କରିବାକୁ ଚାହୁଁନାହାଁନ୍ତି।

ସେ କହିଛନ୍ତି ଯେ ୟୁକ୍ରେନ ସୈନ୍ୟମାନେ ଅସ୍ତ୍ରଶସ୍ତ୍ର ଛାଡି ଆତ୍ମସମର୍ପଣ କରିବା ଉଚିତ। ଜାତିସଂଘରେ ରୁଷିଆ ୟୁକ୍ରେନ ପ୍ରସଙ୍ଗରେ ଏକ ବୈଠକ ଚାଲିଛି। ଏଭଳି ପରିସ୍ଥିତିରେ ପୁଟିନଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସମ୍ଭାବନା ମଧ୍ୟ ରହିଛି।

ପୁଟିନ୍‌ଙ୍କ ବିବୃତ୍ତିର କିଛି ସମୟ ପରେ, ୟୁକ୍ରେନର ବିଦ୍ରୋହୀଙ୍କ ଦଖଲରେ ଥିବା ରାଜଧାନୀ କ୍ୱିଭର ଏକ ଅଞ୍ଚଳରେ ବଡ଼ ବିସ୍ଫୋରଣ ହେବାର ଖବର ମିଳିଛି। ଖବର ଅନୁଯାୟୀ, କ୍ରାମାଟୋସ୍କରେ ୨ ଟି ବିସ୍ଫୋରଣ ଘଟିଛି। ରୁଷିଆର ସୈନିକମାନେ କ୍ରିମିୟା ବାଟେ ୟୁକ୍ରେନରେ ପ୍ରବେଶ କରୁଛନ୍ତି। ଦୁଇ ଲକ୍ଷରୁ ଅଧିକ ରୁଷିଆ ସୈନ୍ୟ ସୀମାରେ ରହିଛନ୍ତି।

ଜାତିସଂଘ ପକ୍ଷରୁ ଶାନ୍ତି ପାଇଁ ଏକ ନିବେଦନ କରାଯାଇଛି। ୟୁକ୍ରେନ୍‌ ରାଷ୍ଟ୍ରପତି ବଲଡୋମିର ଜେଲନେସ୍କି ଟିଭିରେ ଭାବୁକ ହୋଇ ପୁଟିନ୍‌ଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ୟୁକେନ୍‌ବାସୀ ଶାନ୍ତି ଚାହାଁନ୍ତି। ସେ ରୁଷିଆ ଏବଂ ୟୁକ୍ରେନ୍‌ର ମିଳିତ ସଂସ୍କୃତିକୁ ମନେ ପକାଇଛନ୍ତି।

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି ଯେ, ସାରା ପୃଥିବୀର ଦେଶ ଆମ ସହିତ ଅଛନ୍ତି। ଆମେ ଏହାର କଡ଼ା ଜବାବ ଦେବୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?