Posted inଜାତୀୟ

ଯୁଦ୍ଧ ଶାନ୍ତି ଆଣେ ନାହିଁ: ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ,୧୪।୯: ଜମ୍ମୁ କଶ୍ମୀରର ଅନନ୍ତନାଗରେ ଘଟିଥିବା ଏନକାଉଣ୍ଟରରେ ତିନିଜଣ ସୁରକ୍ଷା ଅଧିକାରୀଙ୍କ ଶହୀଦ ହେବା ଉପରେ ନ୍ୟାଶନାଲ କନଫରେନ୍ସ (ଏନସି) ନେତା ଫାରୁକ ଅବଦୁଲ୍ଲା ଚିନ୍ତାପ୍ରକଟ କରିଛନ୍ତି। ସେ କହିଛନ୍ତି, କିଏ କହୁଛି ଆତଙ୍କବାଦ ସମାପ୍ତ ହୋଇଛି। ବର୍ତ୍ତମାନ ତାଲିମପ୍ରାପ୍ତ ଆତଙ୍କବାଦୀ ଆସୁଛନ୍ତି। ପ୍ରତିଦିନ ଆକ୍ରମଣ ଘଟୁଛି। ଏହା ଶେଷ ହେବ ନାହିଁ।
ଅନନ୍ତନାଗ ଏନକାଉଣ୍ଟରରେ ପାକିସ୍ତାନର ଷଡଯନ୍ତ୍ର ବିଷୟରେ ପଚରାଯିବାରୁ ସେ କହିଛନ୍ତି, ଯୁଦ୍ଧ ଶାନ୍ତି ଆଣେ ନାହିଁ। ଏହାର ସମାଧାନ ପାଇଁ କଥାବାର୍ତ୍ତାର ଆବଶ୍ୟକତା ରହିଛି। ଯାହା ଘଟୁଛି ଲୋକମାନଙ୍କୁ ବୋକା ବନାଯାଉଛି। ହୋଇପାରନ୍ତି ଆତଙ୍କବାଦୀମାନେ ଅନ୍ୟ ଦେଶରୁ ଆସିଥାଇପାରନ୍ତି। ଆମେ ପାକିସ୍ତାନ ସହିତ ଚାରିଟି ଯୁଦ୍ଧ କରିଥିଲୁ। ସୀମାରେ ଏପର୍ଯ୍ୟନ୍ତ ସମାନ ସ୍ଥିତି ରହିଛି।
ଅନନ୍ତନାଗ ଏନକାଉଣ୍ଟରରେ ଆର୍ମି କର୍ନେଲ ମନପ୍ରୀତ ସିଂ, ମେଜର ଆଶିଷ ଧାନୌତ ଏବଂ ଜମ୍ମୁ କଶ୍ମୀର ପୋଲିସର ଡିଏସପି ହୁମାୟୁଂ ମୁଜାମିଲ ଭଟ୍ଟ ଶହୀଦ ହୋଇଥିଲେ। ଗତ ୫ ଦିନ ମଧ୍ୟରେ କ୍ରସ ବର୍ଡର କଲ ଇଣ୍ଟରସେପ୍ଟରୁ ଜଣାପଡିଛି ଯେ, ପାକିସ୍ତାନର ଆତଙ୍କବାଦୀମାନେ ଏକାସାଙ୍ଗରେ ଏକାଧିକ ଆକ୍ରମଣ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri