ଆଣବିକ ଲକ୍ଷ୍ୟରୁ ନ ହଟିଲେ ଯୁଦ୍ଧ: ଇରାନ୍‌କୁ ଆମେରିକାର ଚେତାବନୀ

ନ୍ୟୁୟର୍କ ,୩୧ା୧:ମଧ୍ୟପ୍ରାଚ୍ୟରେ ଆମେରିକାର ଶକ୍ତିଶାଳୀ ନୌସେନା ଉପସ୍ଥିତି ଇରାନ ଉପରେ ଆକ୍ରମଣର ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଆରବ ସାଗରରେ ଇରାନ ଉପକୂଳଠାରୁ ଅଳ୍ପ କିଛି ଦୂରରେ ଆମେରିକାର ପରମାଣୁ ଅସ୍ତ୍ର ସଜିତ ଶକ୍ତିଶାଳୀ ‘ଆବ୍ରାହମ ଲିଙ୍କନ’ ଓ ଅନ୍ୟ କ୍ଷେପଣାସ୍ତ୍ର ନିକ୍ଷେପକାରୀ ଯୁଦ୍ଧପୋତଗୁଡ଼ିକ ଆକ୍ରମଣ ପାଇଁ ପ୍ରସ୍ତୁତ ରହିଛି। ଆମେରିକା ଯେକୌଣସି ମୁହୂର୍ତ୍ତରେ ଇରାନ ଉପରେ ଆକ୍ରମଣ ଆରମ୍ଭ କରିପାରେ ବୋଲି ଆଶଙ୍କା କରାଯାଉଛି। ଏହାମଧ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଚେତାବନୀ ଦେବା ସହିତ ବିକଳ୍ପ ବାଛିନେବାକୁ କହିଛନ୍ତି। ଏଥିପାଇଁ ସେ ଦୁଇଟି ସର୍ତ୍ତ ରଖିଛନ୍ତି। ପ୍ରଥମତଃ ଇରାନ ତୁରନ୍ତ ଏହାର ଆଣବିକ କାର୍ଯ୍ୟକ୍ରମ ବନ୍ଦ କରିବା ନେଇ ଘୋଷଣା କରୁ। ଦ୍ୱିତୀୟରେ ଇରାନରେ ସାଧାରଣ ବିକ୍ଷୋଭକାରୀଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ହେବା ସହିତ ଅନେକ ହଜାର ଲୋକଙ୍କୁ ଯେଭଳି ହତ୍ୟା କରାଯାଉଛି ତାହା ମଧ୍ୟ ବନ୍ଦ ହେବା ଦରକାର ବୋଲି ଟ୍ରମ୍ପ କହିଛନ୍ତି। ଯଦି ଏହି ଦୁଇଟି ସର୍ତ୍ତକୁ ଇରାନ ସରକାର ନ ମାନନ୍ତି ତେବେ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହନ୍ତୁ ବୋଲି ସେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମଧ୍ୟପ୍ରାଚ୍ୟରେ ଏବେ ଆମେରିକା ନୌସେନାର ବହୁ ଶକ୍ତିଶାଳୀ ଯୁଦ୍ଧପୋତ ଆକ୍ରମଣ ପାଇଁ ପ୍ରସ୍ତୁତ ରହିଛି। କିନ୍ତୁ ଏହାକୁ ଯେଭଳି ଉପଯୋଗ ନ କରିବାକୁ ପଡ଼େ, ସେ ସମ୍ପର୍କରେ ଇରାନ ତୁରନ୍ତ ନିଷ୍ପତ୍ତି ନେବା ଦରକାର। ଭେନେଜୁଏଲା ଶୈଳୀରେ ଆମେରିକା ପ୍ରଥମେ ଇରାନର ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଏବଂ ସାମରିକ ଘାଟି ଉପରେ ଆକ୍ରମଣ କରିପାରେ ବୋଲି ଆନ୍ତର୍ଜାତିକ ସ୍ତରରେ ସାମରିକ ବିଶେଷଜ୍ଞମାନେ ଆକଳନ କରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ଇରାନ ନିଜକୁ ପ୍ରସ୍ତୁତ କରିବା ସହିତ ଆମେରିକାର ଆକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରାୟ ୧ ହଜାର ଡ୍ରୋନ ମୁତୟନ କରିଛି ବୋଲି ଏଠାକାର ସରକାରୀ ଖବରଦାତା ଏଜେନ୍ସି ଟାସ୍‌ନିମ୍‌ ପ୍ରକାଶ କରିଛି।
ତୁର୍କୀ ଶରଣରେ ଇରାନ ଆମେରିକାର ସମ୍ଭାବ୍ୟ ଆକ୍ରମଣକୁ ଦୃଷ୍ଟିରେ ରଖି ଯେକୌଣସି ଭୟାବହ ସ୍ଥିତି ଏଡ଼ାଇବା ଲକ୍ଷ୍ୟରେ ଇରାନ ବୈଦେଶିକ ମନ୍ତ୍ରୀ ଆବାସ୍‌ ଆରାଗଚି ଦିନିକିଆ ଗସ୍ତରେ ଯାଇ ତୁର୍କୀରେ ପହଞ୍ଚିଛନ୍ତି। ଇରାନ ସମାନ ନୀତିରେ ଆମେରିକା ସହ ଏହାର ଆଣବିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବାକୁ ପ୍ରସ୍ତୁତ ରହିଛି ବୋଲି ସେଠାରେ ସାମ୍ବାଦିକମାନଙ୍କୁ ଆବାସ୍‌ କହିଛନ୍ତି। ଏହାବ୍ୟତୀତ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ପରିସ୍ଥିତି ଏଡାଇବାକୁ ତୁର୍କୀ ରାଷ୍ଟ୍ରପତି ଏର୍ଡୋଗାନ ମଧ୍ୟସ୍ଥତା କରିବାକୁ ପ୍ରସ୍ତୁତ ରହିଛନ୍ତି ବୋଲି କହିଛନ୍ତି। ତେବେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଚେତାବନୀକୁ ନେଇ ମଧ୍ୟପ୍ରାଚ୍ୟରେ ଆରବ ରାଷ୍ଟ୍ରସମୂହର ଚିନ୍ତା ବଢିଛି। ଯଦି ଆମେରିକା ଇରାନ ଉପରେ ଆକ୍ରମଣ କରେ ତେବେ ପୁଣିଥରେ ମଧ୍ୟପ୍ରାଚ୍ୟ ସ୍ଥିତି ଅଶାନ୍ତ ହେବା ସହିତ ଆନ୍ତର୍ଜାତିକ ଅର୍ଥନୈତିକ କ୍ଷେତ୍ରକୁ ପ୍ରଭାବିତ କରିବ ବୋଲି ଆକଳନ କରାଯାଉଛି। ଶନିବାର ନୂଆଦିଲ୍ଲୀଠାରେ ହେବାକୁ ଥିବା ଭାରତ-ଆରବ ରାଷ୍ଟ୍ର ସମୂହ(ଲିଗ୍‌ ଅଫ୍‌ ଆରବ ଷ୍ଟେଟସ୍‌) ବୈଠକରେ ଏସମ୍ପର୍କରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri