କେନ୍ଦ୍ରୀୟ ଅନୁଦାନ ନେଇ ବାକ୍‌ଯୁଦ୍ଧ

ଅନୁଗୋଳ ଅଫିସ, ୩୦ା୧୨:ଓଡ଼ିଶାକୁ ମିଳୁଥିବା କେନ୍ଦ୍ରୀୟ ଅନୁଦାନ ନେଇ ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଅନୁଗୋଳଠାରେ ଗୁରୁବାର ବିଭିନ୍ନ ଉଦ୍‌ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ବେଳେ ଦୁଇ ଦଳର ନେତା ଏ ନେଇ ପରସ୍ପରକୁ ଆକ୍ଷେପ କରିଥିବା ଜଣାପଡ଼ିଛି।
ଅନୁଗୋଳ ଷ୍ଟାଡିୟମଠାରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଉପସ୍ଥିତ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ସିଧାସଳଖ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ। ଏମ୍‌ପି କହିଥିଲେ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶକୁ ନୂତନ ଦିଗ୍‌ଦର୍ଶନ ଦେଇଛନ୍ତି। ଏଥିପାଇଁ କେନ୍ଦ୍ର ସରକାରଙ୍କ ନିକଟରୁ ପ୍ରଶଂସା ମଧ୍ୟ ପାଇଛନ୍ତି। କିନ୍ତୁ କେତେଜଣ ନେତା ସାମାନ୍ୟ କିଛି କେନ୍ଦ୍ରୀୟ ଅନୁଦାନ ଆଣି ଦାନୀକର୍ଣ୍ଣ ବୋଲି କହୁଛନ୍ତି। ମନେରଖିବା ଦରକାର, ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ୨ ହଜାର କୋଟି ଟଙ୍କାର ରାଜସ୍ବ ପ୍ରଦାନ କରୁଛି। କିନ୍ତୁ ପତିଆରା ନ ଥିବା କି ଖାତା ଖତିଆନ ନ ଥିବା କେତେଜଣ ବ୍ୟକ୍ତି ଅଯଥା ଚିତ୍କାର କରୁଛନ୍ତି। ତାଳଚେର ମେଡିକାଲ କଲେଜ ଚାଲୁ କରିବାକୁ ଚାହିଁଲେ, ହେଲେ ଏମ୍‌ସିଏଲ ଟିମ୍‌କୁ ପଠାଇବାକୁ କେନ୍ଦ୍ର ସରକାରଙ୍କ ସାହସ ହେଲାନି। କୋଠାଟିକୁ ଉଦ୍‌ଘାଟନ କରିବାକୁ ଆସିଲେ ନାହିଁ। ଏବେ ଚିତ୍କାର କରୁଛନ୍ତି ଏତେ ଲୋକଙ୍କୁ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାରୁ ବଞ୍ଚତ୍ତ କରିଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଶ୍ରେଷ୍ଠ ଓ ଆଦର୍ଶ ମୁଖ୍ୟମନ୍ତ୍ରୀ ବୋଲି ପ୍ରମାଣପତ୍ର ମିଳିଛି। ହେଲେ ଯେଉଁମାନେ ଚିତ୍କାର କରୁଛନ୍ତି, ସେମାନେ ନବୀନ ବାବୁଙ୍କ ବିକାଶ ଦେଖି ଈର୍ଷା ପରାୟଣ ହୋଇଛନ୍ତି ବୋଲି ଏମ୍‌ପି ସାହୁ ପ୍ରକାଶ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମର କିଛି ସମୟ ପରେ ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସର ଶିଳାନ୍ୟାସ ଅବସରରେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଜବାବ ରଖିଥିଲେ। ମନ୍ତ୍ରୀ କହିଥିଲେ, ତାଳଚେର ମେଡିକାଲ କଲେଜ ପାଇଁ ବିଭିନ୍ନ ସମୟରେ ଆନ୍ଦୋଳନ କରାଯାଇଛି। ଏହି ଦାବିକୁ ପ୍ରଧାନମନ୍ତ୍ରୀ ପୂରଣ କଲେ। ମେଡିକାଲ ପରିଚାଳନା ବାବଦକୁ ୧୦ ବର୍ଷ ପାଇଁ ଆର୍ଥିକ ସହାୟତା ଦେବାକୁ ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ କେନ୍ଦ୍ର କୋଇଲା ମନ୍ତ୍ରୀ ସ୍ବୀକୃତି ଦେଲେ। ଏହା ସତ୍ତ୍ୱେ ରାଜ୍ୟ ସରକାର ତାଳଚେର ମେଡିକାଲ କଲେଜର ପରିଚାଳନା ପାଇଁ ଆବେଦନ ନ କରିବା ଦୁର୍ଭାଗ୍ୟଜନକ। ଜିଲା ଖଣିଜ ପ୍ରତିଷ୍ଠାନ କାହାର। ରାଜ୍ୟକୁ କେନ୍ଦ୍ର ୧୫୦୦ କୋଟି ଟଙ୍କା ଦେଉଥିବାବେଳେ ଅନୁଗୋଳ ଭାଗରେ ୮ଶହ କୋଟି ପଡ଼ୁଛି। କିନ୍ତୁ ଏହି ଟଙ୍କା ବିନା ଟେଣ୍ଡରରେ କାର୍ଯ୍ୟ ହେଉଛି। ମୁଖ୍ୟମନ୍ତ୍ରୀ ମାଛ ତେଲରେ ମାଛ ଭାଜୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ। ସେହିପରି ଅନ୍ୟ ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପ୍ରହଲ୍ଲାଦ ଜୋଷୀ ମଧ୍ୟ ରାଜ୍ୟ ସରକାରଙ୍କୁ ଅନେକ କ୍ଷେତ୍ରରେ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri