Posted inଜାତୀୟ

ହସ୍ପିଟାଲରେ କୋଭିଡ୍‌ ଆକ୍ରାନ୍ତଙ୍କୁ ବଳାତ୍କାର

ଭାପାଳ,୧୪।୫ : ଭୋପାଳର ଏକ ସରକାରୀ ହସ୍ପିଟାଲରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଓ୍ବାର୍ଡ ବୟଙ୍କୁ ଗିରଫ କରାଯାଇଥିଲା ଗତ ମାସରେ। ଘଟଣାର ପର ଦିନ ବଳାତ୍କାର ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା। ତେବେ ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ପରିବାରକୁ ଦିଆଯାଇ ନ ଥିଲା କୌଣସି ପ୍ରକାର ସୂଚନା।

୧୯୮୪ ଭୋପାଳ ଗ୍ୟାସ ଦୁର୍ଘଟଣାରେ ମୃତକଙ୍କ ପାଇଁ ଲଢ଼ୁଥିବା ସଂଗଠନ ଭୋପାଳ ମେମୋରିଆଲ ହସ୍ପିଟାଲ ରିସର୍ଚ୍ଚ ସେଣ୍ଟର କୋଭିଡ୍‌ ଓ୍ବାର୍ଡର ପରିସ୍ଥିତି ସମ୍ପର୍କରେ ଚିଠି ଲେଖିବା ପରେ ସାମ୍ନାକୁ ଆସିଛି ଘଟଣାଟି। ଉକ୍ତ ଚିଠିରେ ଭୋପାଳ ଗ୍ୟାସ ଦୁର୍ଘଟଣାର ୪୩ ବର୍ଷୀୟା ପୀଡ଼ିତାଙ୍କ ବଳାତ୍କାର ସମ୍ପର୍କରେ ତାଙ୍କ ପରିବାର ବର୍ଗଙ୍କୁ ସୂଚନା କାହିଁକି ଦିଆଯାଇ ନ ଥିଲା ବୋଲି ପ୍ରଶ୍ନ କରାଯାଇଛି। ସେହି ହସ୍ପିଟାଲର କୋଭିଡ୍‌ ଓ୍ବାର୍ଡରେ ଆଉ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ସମାନ କର୍ମଚାରୀ ଯୌନ ନିର୍ଯ୍ୟାତନା ଦେଇଥିବା ମଧ୍ୟ ଉଲ୍ଲେଖ ରହିଛି।

ଅପ୍ରିଲ ୬ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ୪୩ ବର୍ଷୀୟା ମହିଳା ବଳାତ୍କାର ସମ୍ପର୍କରେ ପ୍ରଥମେ ଡାକ୍ତରଙ୍କୁ ଜଣାଇଥିଲେ। ମହିଳାଙ୍କ ଷ୍ଟେଟ୍‌ମେଣ୍ଟ ରେକର୍ଡ କରି ପୋଲିସ ନିକଟକୁ ପଠାଇଥିଲେ ଉକ୍ତ ଡାକ୍ତର। ସେହି ଦିନ ଅଭିଯୁକ୍ତକୁ ଗିରଫ କରାଯାଇଥିଲା। ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଅପ୍ରିଲ ୭ ତାରିଖରେ ଘଟିଥିଲା ପୀଡ଼ିତାଙ୍କ ମୃତ୍ୟୁ।

ତେବେ ଘଟଣାକୁ ଭୋପାଳ ପୋଲିସ ଚାପିବାକୁ କୌଣସି ପ୍ରକାର ଉଦ୍ୟମ କରି ନ ଥିବା ଡିଆଇଜି ଭୋପାଳ (ସହରାଞ୍ଚଳ) ପକ୍ଷରୁ ଜାରି ହୋଇଥିବା ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri