ୱାର୍ଡମେମ୍ବର ନିର୍ବାଚନ ପ୍ରସ୍ତୁତି ଶେଷ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଦଳ

ସୋରଡା,୧।୫(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ଖାଲି ପଡିଥିବା ୱାର୍ଡ ସଭ୍ୟା ଏବଂ ସଭ୍ୟଙ୍କ ପାଇଁ ମେ’ ୨ ତାରିଖ ମଙ୍ଗଳବାର ନିର୍ବାଚନ ହେବା। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋରଡା ବ୍ଲକର ୨୬ ପଞ୍ଚାୟତ ମଧ୍ୟରୁ ୧୪ ପଞ୍ଚାୟତରେ ଏହି ନିର୍ବାଚନ ହେବ। ୩୬ ବୁଥ୍‌ରେ ୩୬ ୱାର୍ଡ ମେମ୍ବର ପ୍ରାର୍ଥିନୀ, ପ୍ରାର୍ଥୀ ନିର୍ବାଚିତ ହେବାକୁ ଥିବାବେଳେ ମଇଦାନରେ ଅଛନ୍ତି ୭୬ ପ୍ରାର୍ଥୀ । ଏନେଇ ଗ୍ରାମାଞ୍ଚଳ ରାଜନୀତି ବେଶ୍‌ ସରଗରମ ହୋଇଛି। ପ୍ରାର୍ଥୀମାନେ ଭୋଟରଙ୍କୁ ମନେଇବାକୁ ଭରପୁର ପ୍ରୟାସ କରିଛନ୍ତି। ବଡଗଡ ପଞ୍ଚାୟତରେ ୫, ବୋରଦା ୩, ବୋରାଶିଙ୍ଗୀ ୨, ଭଗବାନପୁର ୨, ଏକଲପୁର ୧, ଗାଙ୍ଗପୁର ୪, ଜିପିଶାସନ ୨, ହୁକୁମା ୧, କୁଳାଙ୍ଗି ୧, ରାଇବନ୍ଧ ୫, ସିଦ୍ଧପୁର ୩ , ଅମୃଟୁଲୁ ୫, ଅଶୂରବନ୍ଧ ୨, ବଡ଼ବଡାଙ୍ଗୀ ଗୋଟିଏ ବୁଥ୍‌ରେ ନିର୍ବାଚନ ହେବ। ମୋଟ ୧୩୨୪୪ ମହିଳା, ପୁରୁଷ ଭୋଟର ନିଜ ମତ ସାବ୍ୟସ୍ତ କରିବେ। ଏବି ସଞ୍ଜୀବ ରାଜ ସେନାପତି ନିର୍ବାଚନ ପରିଚାଳନା କରୁଥିବା ବେଳେ ସୋରଡା ଆଇଆଇସି ରମେଶ କୁମାର ପ୍ରଧାନ, ବଡଗଡ ଆଇଆଇସି ସୂରଜ ଝଙ୍କାର ଶାନ୍ତି ଶୃଙ୍ଖଳା ପ୍ରତି ନଜର ରଖିଛନ୍ତି। ସୋମବାର ବ୍ଲକ ଅଫିସ ପରିସରରୁ ସମସ୍ତ ୩୬ ବୁଥ୍‌କୁ ପୋଲିଂ ଦଳ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri