ଅନାସ୍ଥା ଭୋଟ ନ ହେବା ଘଟଣା: ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ୱାର୍ଡ ସଭ୍ୟାସଭ୍ୟଙ୍କ ବିକ୍ଷୋଭ, ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧୮।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ଅନାସ୍ଥା ସମ୍ପର୍କରେ ଆଲୋଚନା ଓ ଗୁପ୍ତ ଭୋଟ ପାଇଁ ସୋମବାର ବାଲିଗୁଡା ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ପାଇଛନ୍ତି। ହେଲେ ସେ ସ୍ବାସ୍ଥ୍ୟ ଖରାପ ଥିବା ଦର୍ଶାଇ ଅନୁପସ୍ଥିତ ଯୋଗୁ ଅନାସ୍ଥା ଗୁପ୍ତ ଭୋଟରେ ସାମିଲ ହେବାକୁ ଯାଇଥିବା ୧୬ ଜଣ ୱାର୍ଡ ସଭ୍ୟାସଭ୍ୟ ନିରାଶ ହୋଇ ଫେରିଥିଲେ। ସେମାନେ ମଙ୍ଗଳବାର ଏହାର ପ୍ରତିବାଦରେ ପଞ୍ଚାୟତ କାର୍ଯ୍ୟାଳୟ ସମେତ ତହସିଲ କାର୍ଯ୍ୟାଳୟକୁ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଫଳରେ ଉଭୟ କାର୍ଯ୍ୟାଳୟରେ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି ।

ନାଏବ ସରପଞ୍ଚ ଦୀପକ କୁମାର ପ୍ରଧାନ କହିଛନ୍ତି , ସେମାନଙ୍କୁ ଅନାସ୍ଥା ଭୋଟ ପାଇଁ ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚିବାକୁ ସକାଳ ୧୧ଟା ସମୟ ଦିଆଯାଇଥିଲା। ସେହିକ୍ରମରେ ୧୬ ଜଣ ୱାର୍ଡ ସଭ୍ୟାସଭ୍ୟ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ପହଞ୍ଚିଥିଲେ ସୁଦ୍ଧା ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ହୋଇଥିବା ଦାରିଙ୍ଗବାଡି ତହସିଲଦାର ଅନୁପସ୍ଥିତ ଥିଲେ। ସେ ସ୍ବାସ୍ଥ୍ୟ ଖରାପ ଯୋଗୁ ଛୁଟିରେ ରହିଥିବା ବେଳେ ୱାର୍ଡ ସଭ୍ୟାସଭ୍ୟମାନେ ଭୋଟ ଦାନ କରିବାକୁ ପ୍ରିଜାଇଡିଂ ଅଫିସରଙ୍କୁ ଅପେକ୍ଷା କରି କରି ଅପରାହ୍ନ ୪ଟା ହୋଇଥିଲେ ସୁଦ୍ଧା ସେ ଆସିନଥିଲେ। ଏପରିକି ୱାର୍ଡ ସଭ୍ୟାସଭ୍ୟଙ୍କୁ ଏହି ବାବଦରେ କୌଣସି ନୋଟିସ ଦେଇନଥିବା ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଥିଲା। ସେମାନଙ୍କୁ ଅଣଦେଖା ଓ ଅପମାନିତ କରାଯାଉଥିବା ଅଭିଯୋଗରେ ସେମାନେ ମଙ୍ଗଳବାର ଅର୍ନିଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ତାଲା ପକାଇ ବିକ୍ଷୋଭ ଓ ଆମରଣ ଅନଶନ କରିବାକୁ ଚେତାବନୀ ଦେଇଛନ୍ତି । ସେମାନଙ୍କୁ ପୁନଃ ଅନାସ୍ଥା ଭୋଟ କରିବା ପାଇଁ ଦିନ ଧାର୍ଯ୍ୟ ନ କରିବା ପର୍ଯ୍ୟନ୍ତ ଏଭଳି ଆନ୍ଦୋଳନ ଜାରି ରହିବ ବୋଲି ବିକ୍ଷୋଭକାରୀ ୱାର୍ଡ ସଭ୍ୟାସଭ୍ୟମାନେ କହିଛନ୍ତି। ଖବର ଲେଖିବା ସୁଦ୍ଧା କୌଣସି ଅଧିକାରୀ ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ନଥିବା ବେଳେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?