Odisha Elections 2024

୭୫ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର, ୬।୯(ଅସମାପିକା ସାହୁ):  ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୭୫ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ମିଳିଛି। ଗୁରୁଦିବସ ଅବସରରେ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକ ରହିଛନ୍ତି। ଓଡ଼ିଶାର ୪ଜଣ ଶିକ୍ଷକ ଏହି ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବାବେଳେ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ଦୁଇ ଶିକ୍ଷକ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଓ ଜଗତ୍‌ସିଂହପୁର ଜିଲାର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ ଏବଂ ଦୁଇ ପ୍ରଶିକ୍ଷକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ନିକଟସ୍ଥ ଖୁଦପୁରସ୍ଥିତ ଦିବ୍ୟାଙ୍ଗଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଓ ଭୁବନେଶ୍ୱରର ରାଜଭବନ ନିକଟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ(ଏଟିଓ) ସୁନୀତା ସିଂହ।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଗୁରୁ ଦିବସରେ ଏଭଳି ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷରୁ ଜାତୀୟ ଶିକ୍ଷକ ପୁରସ୍କାର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri