୭୫ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର, ୬।୯(ଅସମାପିକା ସାହୁ):  ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୭୫ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ମିଳିଛି। ଗୁରୁଦିବସ ଅବସରରେ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ୫୦ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ଜଣ ଶିକ୍ଷକ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ଜଣ ଶିକ୍ଷକ ରହିଛନ୍ତି। ଓଡ଼ିଶାର ୪ଜଣ ଶିକ୍ଷକ ଏହି ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବାବେଳେ ଦୁଇଜଣ ଶିକ୍ଷକ ଓ ଅନ୍ୟ ଦୁଇଜଣ ହେଉଛନ୍ତି ପ୍ରଶିକ୍ଷଣ ଅଧିକାରୀ। ଦୁଇ ଶିକ୍ଷକ ହେଲେ ଭଦ୍ରକ ଜିଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଓ ଜଗତ୍‌ସିଂହପୁର ଜିଲାର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ ଏବଂ ଦୁଇ ପ୍ରଶିକ୍ଷକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ନିକଟସ୍ଥ ଖୁଦପୁରସ୍ଥିତ ଦିବ୍ୟାଙ୍ଗଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଓ ଭୁବନେଶ୍ୱରର ରାଜଭବନ ନିକଟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ(ଏଟିଓ) ସୁନୀତା ସିଂହ।
ସୂଚନାଯୋଗ୍ୟ, ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତିବର୍ଷ ଗୁରୁ ଦିବସରେ ଏଭଳି ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷରୁ ଜାତୀୟ ଶିକ୍ଷକ ପୁରସ୍କାର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?