Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କ ଭଳି ଅମିତ ଶାହାଙ୍କୁ ମାରିଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୩।୨: ପଞ୍ଜାବର ‘ୱାରିସ ପଞ୍ଜାବ ଦେ’ ସଂଗଠନର ମୁଖ୍ୟ ଖାଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କ ସମର୍ଥକମାନେ ଗୁରୁବାର ପ୍ରବଳ ହଙ୍ଗାମା କରିଛନ୍ତି। ଅମୃତପାଲଙ୍କ ସହକର୍ମୀ ଲଭପ୍ରୀତ ତୁୁଫାନଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଅଜନାଲା ପୋଲିସ ଷ୍ଟେସନ ବାହାରେ ବିରୋଧ ପ୍ରଦର୍ଶନ କରିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିସହ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ସହ ସରକାରୀ ଗାଡ଼ିକୁ ଭଙ୍ଗାରୁଜା କରିଥିଲେ। ଭିଡ଼କୁ ନିୟନ୍ତ୍ରିତ କରିବା ଲାଗି ପୋଲିସ ସମସ୍ତ ରାସ୍ତାକୁ ବନ୍ଦ କରିଦେଇଥିଲେ। କିନ୍ତୁ ସମର୍ଥକମାନେ ସେଠାରେ ମଧ୍ୟ ଆକ୍ରମଣ କରିଥିଲେ। ଏହି ସମୟରେ ୬ଜଣ ପୋଲିସ ଗୁରୁତର ଭାବେ ଆହତ ହୋଇଛନ୍ତି, ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଇତିମଧ୍ୟରେ ଅମୃତପାଲ ସିଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଖୁଲମଖୁଲା ଧମକ ଦେଇଛନ୍ତି। ଇନ୍ଦିରା ଗାନ୍ଧୀଙ୍କ ଭଳି ଶାହାଙ୍କୁ ମଧ୍ୟ ହତ୍ୟା କରାଯିବ ବୋଲି ସେ ଖୋଲାଖୋଲି ଧମକ ଦେଇଛନ୍ତି। ସୂଚନା ମୁତାବକ, ଅମିତ ଶାହା କହିଥିଲେ ଯେ, ସେ ଖାଲିସ୍ତାନ ଆନ୍ଦୋଳନକୁ ଆଗକୁ ବଢ଼ିବାକୁ ଦେବେ ନାହିଁ। ଇନ୍ଦିରା ଗାନ୍ଧୀ ମଧ୍ୟ ଏଭଳି କହିଥିଲେ। ତେବେ ଏହାର ପରିଣାମ ସମସ୍ତେ ଜାଣିଛନ୍ତି। ଯଦି ଶାହା ବି ଏଭଳି କରିବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କୁ ମଧ୍ୟ ଇନ୍ଦିରାଙ୍କ ଭଳି ପରିଣାମର ସାମ୍ନା କରିବାକୁ ପଡିବ ବୋଲି ଅମୃତପାଲ କହିଛନ୍ତି। ଯଦି ହିନ୍ଦୁ ରାଷ୍ଟ୍ରର ଦାବି କରୁଥିବା ବ୍ୟକ୍ତିଙ୍କ ପାଇଁ ଶାହା ସମାନ କଥା କୁହନ୍ତି, ତେବେ ମୁଁ ବି ଦେଖିବି ସେ ସ୍ବରାଷ୍ଟ୍ରମନ୍ତ୍ରୀ ପଦରେ କିଭଳି ରହିପାରୁଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଯେତେବେଳେ ଲୋକମାନେ ହିନ୍ଦୁ ରାଷ୍ଟ୍ରର ଦାବି କରିପାରିବେ ତେବେ ଆମେ ଖାଲିସ୍ତାନର ଦାବି କାହିଁକି କରିପାରିବୁ ନାହିଁ। ଖାଲିସ୍ତାନକୁ ବିରୋଧ କରି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏହାର ପରିଣାମ ଭୋଗିସାରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା କିମ୍ବା ଭଗଓ୍ବନ୍ତ ମାନ ହୁଅନ୍ତୁ ନା କାହିଁକି ଆମକୁ କେହି ଅଟକାଇ ପାରିବେ ନାହିଁ ବୋଲି ଅମୃତପାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?