Posted inଖେଳ

ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ କାର୍ଯ୍ୟସୂଚୀ ପ୍ରକାଶ: ଦର୍ଶକଙ୍କୁ ମିଳିବନି ଅନୁମତି

ଦୁବାଇ,୮।୯: ଆଇସିସି ଟି-୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ ଅକ୍ଟୋବର ୧୭ ଏବଂ ଅକ୍ଟୋବର ୧୯ରେ ଖେଳାଯିବ। ରୋହତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ଉଭୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବ୍ରିସ୍‌ବେନ୍‌ର ଗାବାଠାରେ ଖେଳିବ।

ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟରେ ଭାଗ ନେଉଥିବା ୧୬ଟି ଦଳ ପାଇଁ ଓ୍ବାର୍ମଅପ୍‌ କାର୍ଯ୍ୟସୂଚୀ ମଙ୍ଗଳବାର ଘୋଷଣା କରିଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ପ୍ରଥମ ରାଉଣ୍ଡ ଟିମ୍‌ଗୁଡ଼ିକର ଅଭ୍ୟାସ ମ୍ୟାଚ ଅକ୍ଟୋବର ୧୦ରୁ ୧୩ ପର୍ଯ୍ୟନ୍ତ ହେବ।

କାର୍ଯ୍ୟସୂଚୀ ଅନୁସାରେ ଅକ୍ଟୋବର ୧୦ରେ ପ୍ରଥମ ଓ୍ବାର୍ମଅପ ଦୁଇଥର ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ (୨୦୧୨ ଓ ୨୦୧୬) ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ମ୍ୟାଚ ଜଙ୍କସନ ଓଭାଲଠାରେ ହେବ। ପ୍ରତ୍ୟେକ ପ୍ରଥମ ରାଉଣ୍ଡ ଟିମ୍‌ ଦୁଇଟି ଲେଖାଏଁ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବେ। ଅକ୍ଟୋବର ୧୮ରେ ଗାବାଠାରେ ୨୦୦୯ ବିଜେତା ପାକିସ୍ତାନ ଓ ୨୦୧୦ ସଂସ୍କରଣ ବିଜେତା ଇଂଲଣ୍ଡ ପରସ୍ପରକୁ ଭେଟିବେ। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ୨୦୧୪ରେ ଟି୨୦ ବିଶ୍ୱକପ୍‌ ବିଶ୍ୱକପ୍‌ ବିଜେତା ଶ୍ରୀଲଙ୍କା ଏହାର ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ଜିମ୍ବାଓ୍ବେ ଓ ଆୟର୍ଲାଣ୍ଡ ବିପକ୍ଷରେ ଯଥାକ୍ରମେ ଅକ୍ଟୋବର ୧୦ ଓ ଅକ୍ଟୋବର ୧୩ରେ ଖେଳିବ। ଓ୍ବାର୍ମଅପ୍‌ ମ୍ୟାଚ ୯ଦିନ ଧରି ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ଦର୍ଶକମାନଙ୍କୁ ଅନୁମତି ମିଳିବ ନାହିଁ। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଅକ୍ଟୋବର ୧୬ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri